ରବି ଚଳିଲେ ମକର ରାଶିକୁ, ଏହି 4ଟି ରାଶିର ଭୋଗ ହେବ ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୪ / ୧ / ୨୦୨୧ ମସିହା ଗୁରୁବାର ଦିନ ଧନୁରାଶିରୁ ମକରରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ । ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହୋଇ ଯଶ ମାନ ସମ୍ମାନ ମିଳିବ । ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ । କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ । ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ । ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ । ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ । ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟରେ ଉନ୍ନତି କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । କାମଧନ୍ଦା ଓ ରୋଜଗାର ପାଇଁ ବାହାରକୁ ଯିବାକୁ ପଡିପାରେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂରସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ, ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ । ଗଚ୍ଛିତ ଅର୍ଥବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ସାମାଜିକ ଉତ୍ସବରେ ଯୋଗ ଦେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରୋଜଗାର ସମସ୍ୟା ସୁଧୁରି ଯିବା ଫଳରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟ ସମସ୍ୟାର ସମାଧାନ କରି ପାରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ସାମାଜିକ ସ୍ତରରେ ଖ୍ୟାତି ହେବ । କିନ୍ତୁ ଦାମ୍ପତ୍ୟ ସୁଖରେ ବାଧା ଆସିବ । ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଯାନବାହାନ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । କେତେକ ବାଧାବିଘ୍ନ ଘଟିବା ଯୋଗେ ଅଶାନ୍ତି ବୃଦ୍ଧିହେବ । ପ୍ରତିକାର:- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ ।

ଆଶା କରୁଛୁ ଆପଣଙ୍କୁ ଆମର ଏହି ଲେଖା ପସନ୍ଦ ଆସୁଥିବ, ଏହିଭଳି ଅନେକ ଜ୍ୟୋତିଷ ସମ୍ବନ୍ଧୀୟ ଖବର ପାଇଁ ଆମ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!