୧୪/୪/ ୨୦୨୩ ମସିହା ଶୁକ୍ରବାର ଦିନ ମୀନ ରାଶିରୁ ମେଷ ରାଶିକୁ ରବି ସଂକ୍ରମଣ କରିବେ(ପଣା ସଙ୍କ୍ରାନ୍ତି), କଣ ରହିବ 12ଟି ରାଶି ଉପରେ ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୧୪/୪/ ୨୦୨୩ ମସିହା ଶୁକ୍ରବାରଦିନ ମୀନରାଶିରୁ ମେଷ ରାଶିକୁ ରବି ସଂକ୍ରମଣ କରିବେ ଏହି ସଂକ୍ରମଣକୁ ମହାବିଷୁଭ ପଣାସଂକ୍ରାନ୍ତି କୁହାଯାଏ, ଏହିଦିନ ଠାରୁ ଓଡିଆ ନବବର୍ଷ ଆରମ୍ଭ ହୋଇଥାଏ ଓ ନୂତନପଞ୍ଜିକା ପ୍ରଚଳନ କରାଯାଏ। ରବିମେଷ ରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି ଆପଣ ମାନଙ୍କର, କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଜନ୍ମରାଶିରେ ବା ଲଗ୍ନଭାବରେ ଅବସ୍ଥାନ କରିବେ। ଯାହାଫଳରେ ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବା ଯୋଗେ ଆନନ୍ଦିତ ହେବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ ଓ ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଆଶା କରୁଥିବା କାର୍ଯ୍ୟ ସ୍ଥଗିତ ରହିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଧାତୁ ବା ଅଳଙ୍କାରାଦି ହଜିବ। ବ୍ୟବସାୟରେ ଲାଭକ୍ଷତି ଘଟିବା ସହ ଆର୍ଥିକ ଉନ୍ନତିରେ ବାଧା ଉପୁଯିବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:- ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵାଦଶରେ ବା ବ୍ୟୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। ରାଜକର୍ମଚାରୀ ହୋଇଥିଲେ ଅନେକ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଗୁରୁଜନ କେହି ଅସନ୍ତୁଷ୍ଟରହି ପାରନ୍ତି। ଯଦି ଆପଣ କୌଣସି ସଭା ସମିତିକୁ ଯାଉଛନ୍ତି ତେବେ ଆପଣଙ୍କୁ ଭଲ ଭାବରେ ପ୍ରସ୍ତୁତ ହେବାକୁ ପଡିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନସମ୍ପତ୍ତି ପାଇବାର ଯୋଗ ଥିଲେମଧ୍ୟ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ହଇରାଣ ହେବେ। ତେଣୁ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଅବିବାହିତ ଯୁବକ-ଯୁବତୀ ମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ବା ଲାଭଭାବରେ ଅବସ୍ଥାନ କରିବେ। ଯାହାଫଳରେ ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବନ୍ ହେବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଅକସ୍ମାତ ଧନଲାଭ ହୋଇ ଆର୍ଥିକ ସମସ୍ୟା ନିଶ୍ଚିତରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧିହେବ। ଭୂମିଭବନ, ଯାନ ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚକରିବାକୁ ପଡ଼ିବ। କୋର୍ଟକଚେରୀ, ମାଲିମକଦ୍ଦମାରେ ବିଜୟୀ ହେବେ। ଦୂରଯାତ୍ରା କରିବା ଫଳରେ ଆଶାତୀତ ଲାଭପାଇବେ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ପଦୋନ୍ନତି ହେବ ଏବଂ କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ବାହାରକୁ ଗଲେ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମରେ ବା କର୍ମଭାବରେ ଅବସ୍ଥାନ କରିବେ। ଯାହାଫଳରେ ବାଣିଜ୍ୟ, ବ୍ୟବସାୟ ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ଶିକ୍ଷା, ଉଚ୍ଚଶିକ୍ଷା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପରିବାରର ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ ଓ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ହୋଇ ସଫଳତାଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମରେ ବା ଭାଗ୍ୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମରେ ବା ନିଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସାମାନ୍ୟ ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ବୁଦ୍ଧିମତା କାରଣରୁ ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।

ତୁଳା:-ତୁଳାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମରେ ବା ଜାୟା, ବ୍ୟବସାୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ସମାଜକଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ସାଙ୍ଗସାଥି ଭାଗିଦାର ମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ ଯୋଗୁ ରୋଗାଗ୍ରସ୍ତ ହୋଇପାରନ୍ତି। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବିଚ୍ଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉଚ୍ଚଶିକ୍ଷାପାଇଁ ବିଦେଶଯାତ୍ରା କରିବେ। ଭାଗ୍ୟର ପ୍ରବଳତାହେତୁ ସମସ୍ତକାର୍ଯ୍ୟ ସମ୍ପୁର୍ଣ୍ଣହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ, ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁରସମ୍ପର୍କ ସ୍ଥାପନହେବ। ପତି ପତ୍ନୀଙ୍କ କ୍ଷେତ୍ରରେ ଦାମ୍ପତ୍ୟଜୀବନ ସୁଖମୟହେବ। ସନ୍ତାନ ସୁଖ ପ୍ରାପ୍ତି ହେବାସହ ପୁତ୍ରରତ୍ନ ପ୍ରାପ୍ତିହେବ ନତୁବା ତତୁଲ୍ୟ ନୂତନଗୃହ, ନୂତନଯାନ, ନୂତନବ୍ୟବସାୟ, ନୂତନଜାଗା ଜମି ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ସରକାରୀ ଖର୍ଚ୍ଚରେ ବିଦେଶଯାତ୍ରା କରିବେ। ଚାକିରୀପାଇଁ ଚେଷ୍ଟାକରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟସଂବନ୍ଧୀୟବିଭାଗ, ଖାଦ୍ୟପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗକରନ୍ତୁ। ନିଶ୍ଚୟଚାକିରୀ ମିଳିବ ଓ ରୋଜଗାର ପ୍ରାପ୍ତି ହୋଇପାରେ। ବ୍ୟବସାୟରେ ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ମକରରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଧାର୍ମିକଶାସ୍ତ୍ର, ଆଧ୍ୟାତ୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇ ପାରିବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଆବଶ୍ୟକତା ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ବାଧା ଉତ୍ପନ୍ନ କରିବେ। ସମସ୍ତ କଷ୍ଟର ସାମ୍ନା କରିବାକୁ ପଡିବ। ଭାତୃ ବିବାଦ, ଅଯଥା ଧନଖର୍ଚ୍ଚ, ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ ଓ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରିବେ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସମସ୍ତ ପ୍ରକାର ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଆଶାତୀତ ଲାଭବାନ୍ ହେବେ। ମନୋରଞ୍ଜନ ଓ ହସ-ଖୁସିରେ ଦିନ କାଟିବେ। ରାଜନୀତିରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ନ୍ୟାୟଧୀଶ, ପ୍ରଶାସନିକସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ପ୍ରଶଂସିତ ହେବାସହ ଆର୍ଥିକ ଉନ୍ନତି ଦେଖାଦେବ। ଉପାର୍ଜ୍ଜନ ପାଇଁ ଅନେକ ଉପାୟ ଚିନ୍ତାକରି ସଫଳ ହେବେ। ବ୍ୟବସାୟ ବଢ଼େଇବାପାଇଁ ବନ୍ଧୁମିତ୍ରଙ୍କର ସହଯୋଗ, ବ୍ୟାଙ୍କ ଆଦିରୁ ଋଣ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର, ପ୍ରତିଯୋଗିତା ପରୀକ୍ଷା ପ୍ରୟାସୀ, ନୂତନ କର୍ମରେ ନିଯୁକ୍ତି ପାଇବେ। ସମସ୍ତ ସମସ୍ୟା ଧିରେ ଧିରେ ଅପସରିଯିବ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହୋଇପାରେ। ସଂପତ୍ତି କ୍ରୟକରିବା ପାଇଁ ଅତ୍ୟନ୍ତ ଶୁଭସମୟ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ବା ଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ମାସର ଶେଷାର୍ଦ୍ଧ ଆପଣଙ୍କପାଇଁ ଅତ୍ୟନ୍ତ ଶ୍ରେଷ୍ଠସମୟ ଯେକୌଣସି ନୂତନକାର୍ଯ୍ୟ ଆରମ୍ଭକରିବା ଶୁଭଦାୟକ ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ପରାକ୍ରମ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟୀମାନେ ଯେକୌଣସି ଜାଗାରୁ ଧନଉପାର୍ଜନ କରିପାରିବେ ଓ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମହେବେ। ଅର୍ଥଆଦାନ-ପ୍ରଦାନ କଲେପ୍ରଚୁର ଲାଭବାନ୍ ହେବେ। ପାରିବାରିକ ସମସ୍ୟା, ଗୃହରେ କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଦୂରେଇଯିବ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ। ବିଦେଶଯାତ୍ରାକରି ଅଧ୍ୟୟନପାଇଁ ଇଚ୍ଛୁକଥିବା ଛାତ୍ରଛାତ୍ରୀଙ୍କର ମନସ୍କାମନା ଅବଶ୍ୟ ପୂର୍ଣ୍ଣହେବ। ମନୋବାଞ୍ଛିତ ଶିକ୍ଷା ପ୍ରାପ୍ତିହେବ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!