କୁମ୍ଭ ରାଶିରୁ ମୀନ ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି କର୍ମଚାରୀମାନଙ୍କ ଉପରେ ନଜର ରଖିପାରିଲେ କ୍ଷୟକ୍ଷତିରୁ ରକ୍ଷାପାଇ ଲାଭବାନ୍ ହେବେ । ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ରାଜନୀତି କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଆବଶ୍ୟକତା ଅନୁଭବ କରିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପାରିବାରିକ ସମସ୍ୟା, ଗୃହରେ କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ ଓ ତିକ୍ତତାଥିଲେ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ପାଇଁ ଚେଷ୍ଟାକଲେ ସଫଳ ହେବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଛୋଟଛୋଟ କଥାକୁନେଇ ସମସ୍ୟା ସୃଷ୍ଟିହୋଇ ପାରେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷଲାଭ ପାଇବେ । ସମସ୍ତ ପ୍ରକାର ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବାସସ୍ଥାନ ଓ ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଦୂରଯାତ୍ରାରେ ସଫଳ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ଶତ୍ରୁମାନେ ତଳମୁହାଁ ହେବେ ଓ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବା ସହ ପରିବାରର ସାହାଯ୍ୟରେ ଉପକୃତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହୋଇ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟା, ବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବା ସହ ଆୟ ଉତ୍ତମ ହେବ ଓ ବ୍ୟୟ ହ୍ରାସ ପାଇବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରି ବେଶ୍ ଆନନ୍ଦ ଅନୁଭବ କରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ପ୍ରତିକାର- ପ୍ରତ୍ୟେକ ଦିନ ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ତୁଳା:-ତୁଳାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଶତ୍ରୁମାନେ ତଳମୁହାଁ ହେବେ ଓ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବାସହ ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଦଳଗତ ସମସ୍ୟାରେ ସଫଳତା ପାଇଁ ଗର୍ବିତ ହେବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ବିଚ୍ଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ୱାସ୍ଥ୍ୟରେ ପ୍ରବଳ ଉନ୍ନତି ପରିଲିକ୍ଷିତ ହେବ । ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ହେବ ଓ ବକେୟା ଅର୍ଥ କିଛି ମିଳିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ ଓ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ । ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ଘିଅ ଦୀପ ଜାଳନ୍ତୁ ।

ଧନୁ:-ଧନୁରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ମକରରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇ ପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ସାମାଜିକ ସ୍ତରରେ ଉଚ୍ଚପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲି ଯିବ । ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ଘିଅ ଦୀପ ଜାଳନ୍ତୁ ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଦୀର୍ଘଦିନ ଧରି ଚିନ୍ତା କରୁଥିବା କଠିନକାର୍ଯ୍ୟ ସହଜ ସରଳରେ ସମ୍ପର୍ଣ୍ଣହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ସନ୍ତୋଷ ହେବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କିନ୍ତୁ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!