ତୁଳା ରାଶିରୁ ବିଛା ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୬ / ୧୧ / ୨୦୨୨ ମସିହା ବୁଧବାରଦିନ ତୁଳାରାଶିରୁ ବିଛାରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ। ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ। ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି। ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି। ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ।

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କିନ୍ତୁ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇ ପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସାଙ୍ଗ ସାଥିମାନେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଆକସ୍ମିକଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ସ୍ୱାସ୍ଥ୍ୟ ଠିକ୍ ରହିବ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗିରହିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଯୋଗ ଏବଂ ବ୍ୟାୟାମ ପାଇଁ ପର୍ଯ୍ୟାପ୍ତ ସମୟ ଦିଅନ୍ତୁ। ଖରାପ ଆଚରଣ କରୁଥିବା ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ଯିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ସରକାରୀ କର୍ମଚାରୀ ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖି ପାରିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶୁଭ ସମାଚାର ଶୁଣିବାକୁ ମିଳିବ। ଶତ୍ରୁମାନେ ତଳମୁହାଁ ହେବେ ଓ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଆୟବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅଫିସରେ ସିନିୟରମାନେ ଆପଣଙ୍କ ପ୍ରତି ସଂବେଦନ ଶୀଳ ହୋଇପାରନ୍ତି। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଦାୟିତ୍ଵ ଗୁଡିକ ଭଲ ଭାବରେ ତୁଲେଇବା ଯୋଗେ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସନ୍ତାନ ମାନଙ୍କର ଉନ୍ନତି ହେବା ସହ ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଗୁଡ଼ିକ ବିଷୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାର ଅନୁଭବ କରିବେ। ସମ୍ପୂର୍ଣ୍ଣ ଜ୍ଞାନ ବିନା କୌଣସି ପ୍ରସଙ୍ଗରେ କହିବା ଆପଣଙ୍କ ପାଇଁ ଅପମାନ ଜନକ ହୋଇପାରେ। ସ୍ୱାସ୍ଥ୍ୟ ପ୍ରସଙ୍ଗରେ ବେପରୁଆ ହୁଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ଆନନ୍ଦ ଅନୁଭବ କରିବେ। ଟଙ୍କା ଜମା କରିବା ପାଇଁ ଏକ ସଂସ୍ଥାରନୀତି ନିୟମରେ ବିନିଯୋଗ କରି ପାରିବେ। ପ୍ରେମିକ ପ୍ରେମିକାମାନେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନେବା ଲାଭଦାୟକ ହେବ। ବ୍ୟବସାୟରେ ଆର୍ଥିକ ସୁବିଧା ପାଇବାର ସମ୍ଭାବନା ଅଛି। ମଧୁମେହ ରୋଗୀମାନେ ସେମାନଙ୍କ ଖାଦ୍ୟରେ ଯତ୍ନବାନ ହେବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାର ବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବ ଓ ଉଚ୍ଚ ପ୍ରଶଂସା ଲାଭ କରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ସନ୍ତୋଷ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବନ୍ ହେବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘ ଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସାମାଜିକ ସ୍ତରରେ ଉଚ୍ଚପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆଚାର ବ୍ୟବହାରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!