ରବି ଚଳିଲେ ବିଛା ରାଶିକୁ, କଣ ପଡିବ 12ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୬ / ୧୧ / ୨୦୨୦ ମସିହା ସୋମବାର ଦିନ ବିଛାରାଶିକୁ ଚଳିବେରବି ତୁଳାରାଶିରୁ ବିଛାରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ।

ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା ରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ବ୍ୟବସାୟରେ ପ୍ରସାର ଫଳରେ ମନ ମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ ଓ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣି ପାରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ସନ୍ତାନ ମାନଙ୍କର ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ବିଶେଷ ଲାଭବାନ୍ ହେବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦରେ ଅତ୍ୟଧିକ ଲାଭ ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ସନ୍ତାନ ମାନଙ୍କ ପରୀକ୍ଷା ପ୍ରତିଯୋଗିତାର ଅଚାନକ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଚିନ୍ତା ଭାବନା ଦୂର ହୋଇଯିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ ଓ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଉତ୍ତମ ରୋଜଗାର ଯୋଗେ ଶାନ୍ତି ବିରାଜମାନ କରିବ। ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ବକେୟା ଅର୍ଥ ଆଦାୟ ହେବା ସହ ଋଣମୁକ୍ତି ହେବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେଲେ ମଧ୍ୟ ଉଦରପୀଡ଼ା ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ। କରଜର ମାତ୍ରା ହ୍ରାସ ପାଇବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଆଶା କରିଥିବା ଧନ ପ୍ରାପ୍ତି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। କରଜର ମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଏକାଗ୍ରତା ବଜାୟ ରହିବ। ଆୟର ସ୍ରୋତ ବୃଦ୍ଧି ହେବ। ମନର ଅଶାନ୍ତି ଅସନ୍ତୋଷ ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟଉପାର୍ଜନ ବୃଦ୍ଧିହୋଇ ଅଚାନକ ଧନପ୍ରାପ୍ତି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପୁରାତନ ରୋଗର ଉପଶମ ହୋଇଯିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ। ଦୂରଯାତ୍ରା କଷ୍ଟକର ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର:- ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ। ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

 

ମକର:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟରସ୍ରୋତ ଖୋଲିଯିବ। ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତି ହୋଇ ପାରେ। ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ସାମାଜିକ ସ୍ତରରେ ଖ୍ୟାତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ସାମାଜିକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ ଓ ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!