ରବି ଚଳିଲେ ବୃଷ ରାଶିକୁ, କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣିବା ପାଇଁ ପଢନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ରବି ମହାଗ୍ରହ ୨୦୨୦ ମସିହା ମଇମାସ ୧୪ ତାରିଖ ଗୁରୁବାରରେ ମେଷରାଶିରୁ ବୃଷରାଶିକୁ ଗମନ କରିବେ । ବୃଷ ରାଶିରେ ରବି ସଂକ୍ରମଣ କରିବା ଫଳରେ ଏହି ରାଶିର ବ୍ୟକ୍ତିମାନେ ବିଶେଷ ଶୁଭ ଫଳ ପାଇ ପାରିବେ । ଆସନ୍ତୁ ଜାଣିବା କଣ ହେବ । କେଉଁ କେଉଁ ରାଶି ପାଇବେ ଶୁଭ ଫଳ ଓ କେଉଁ ରାଶି ପାଇଁ ରହିବ ଅଶୁଭ ଏବଂ କେମିତି କରିବେ ପ୍ରତିକାର ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ  ଜୀବନ ସୁଖମୟ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ  ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି ।  ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସମୟ ବିତେଇ ଦେଇ ପାରନ୍ତି । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେଇ ପାରେ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଯୋଗୁଁ ଗୃହର ବାତାବରଣ ଶାନ୍ତ ରହିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପାରିବେ କିନ୍ତୁ ସାମାଜିକ ପ୍ରତିଷ୍ଠା, ମାସମ୍ମାନରେ ବାଧା ଆସିପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇ ପାରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କର୍କଟ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ କରି ପ୍ରଶଂସିତ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ଆତ୍ମୀୟମାନେ ଭିତରେ ଚେର କାଟିବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ସାମାଜିକ ସ୍ତରରେ ଉଚ୍ଚପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇ, ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଦ୍ଵାରା ଆୟର ସ୍ରୋତ ଖୋଲିଯିବ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି ।   କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯାଇ ପାରନ୍ତି । ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବା ଫଳରେ ମାନସିକ ଚିନ୍ତା ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ । ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଏମାସରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ଉପାର୍ଜନରେ ବୃଦ୍ଧି ହୋଇ ଆଶାତୀତ ଲାଭମିଳିବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ଧନୁ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ସ୍ତରରେ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବା ସହ ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ଫଳରେ ନୂତନ ଯୋଜନା ପ୍ରସ୍ତୁତ କରିବେ । ଧନଲାଭ କରିବାର ସୁଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ । ବ୍ୟବସାୟୀମାନେ କର୍ମଚାରୀମାନଙ୍କ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ । ସନ୍ତାଠାରୁ ସୁଖପ୍ରାପ୍ତି ହେବା ସହ ଗୃହାରମ୍ଭ, ଜାଗା, ଜମି, ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ଆକସ୍ମିକ ଧନ ଲାଭ ହୋଇ ପାରେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ ବିକ୍ରୟ ପାଇଁ ଚୂକ୍ତିପତ୍ର କରି ପାରନ୍ତି । ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ କିମ୍ବା ଏହି ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ସାମାନ୍ୟ ଲାଭ ପାଇବେ । ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । କଳା ସାହିତ୍ୟ କିମ୍ବା ସାମାଜିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ପନିପରିବା, ଖାଇବାତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଏମାସରେ ମହିଳା ଓ ପୁରୁଷ ମାନଙ୍କର ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ ପାଇବେ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘ ଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!