ରବି ଚଳିଲେ ବୃଷ ରାଶିକୁ – ଏହି ଚାରୋଟି ରାଶିର ବ୍ୟକ୍ତି ଅତ୍ୟନ୍ତ ଶୁଭ ଫଳ ପାଇବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ନିଜ ପରିଶ୍ରମରୁ ଲାଭ ମିଳିବ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ମହିଳାମାନେ ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ପରିବର୍ତ୍ତନ ଆସି ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବା ସହ ଶାରିରୀକ ଓ ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ।  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ ନକରିବା ଉଚିତ୍। ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

 

କର୍କଟ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ  ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ମହିଳାମାନେ ପରିବାରକୁ ସଜାଡ଼ି ନେବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୈତିକ କ୍ଷେତ୍ରରେ ନିଜର ଏକ ନିମ୍ନ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇ ଶାନ୍ତି ଲଭିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ରାଜନୈତିକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭ ମିଳିବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଆୟ ଉପାର୍ଜନରେ ବାଧାନାହିଁ। ରାଜନୈତିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର:– କୁକୁରକୁ ଖାଦ୍ୟ ଦିଅନ୍ତୁ।

ଧନୁ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି। ବ୍ୟବସାୟରେ ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରଭାବ ଆଚରଣ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଶରୀର ସୁସ୍ଥ ରହିବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:– ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର: ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ମୀନ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ।

ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବ୍ୟବଶାୟୀ ମାନଙ୍କର ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ପୁରୁଣା ରୋଗରୁ ଉପସମ ମିଳିବ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେକୃତକାର୍ଯ୍ୟ ହେବେ ମନ ଉଣାହୋଇ ପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!