ରବି ଚଳିଲେ ଧନୁ ରାଶିକୁ, କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୧୫ / ୧୨ / ୨୦୨୦ ମସିହା ମଙ୍ଗଳବାର ଦିନ ବିଛାରାଶିରୁ ଧନୁରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସନ୍ତାନ ମାନଙ୍କର ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ବ୍ୟବସାୟରେ ପ୍ରସାର ଫଳରେ ମନ ମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ ଓ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣି ପାରିବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ ।

ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ବିଶେଷ ଲାଭବାନ୍ ହେବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ମାନସିକ ଶାନ୍ତି ଓ ଶରୀର ଭଲ ରହିବ । ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନସ୍ରୋତ ଖୋଲିଯିବ ।

ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । କୃଷିଜିବୀମାନେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗବୃଦ୍ଧି ହୋଇପାରେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । କର୍ମରେଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟହେବ । ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ ।

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ । ନୂତନପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଭାଗୀଦାରି ଓ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଲାଭବାନ ହେବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ । ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ବକେୟା ଅର୍ଥ ଆଦାୟ ହେବା ସହ ଋଣମୁକ୍ତି ହେବେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସାମାଜିକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ରାଜନୀତି କ୍ଷେତ୍ରରେ ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ ଓ ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଏକାଗ୍ରତା ବଜାୟ ରହିବ । ଆୟର ସ୍ରୋତ ବୃଦ୍ଧି ହେବ । ମନର ଅଶାନ୍ତି ଅସନ୍ତୋଷ ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ ।

ଆୟଉପାର୍ଜନ ବୃଦ୍ଧିହୋଇ ଅଚାନକ ଧନପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ପୁରାତନ ରୋଗର ଉପଶମ ହୋଇଯିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବ୍ୟବସାୟରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ । ଦୂରଯାତ୍ରା କଷ୍ଟକର ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଧର୍ମକାର୍ଯ୍ୟରେ ମତି ରହିବ । ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର:- ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦରେ ଅତ୍ୟଧିକ ଲାଭ ହେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ସନ୍ତାନ ମାନଙ୍କ ପରୀକ୍ଷା ପ୍ରତିଯୋଗିତାର ଅଚାନକ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ବନ୍ଧୁବାନ୍ଧବଙ୍କ ଆଗମନରେ ଚିନ୍ତା ଭାବନା ଦୂର ହୋଇଯିବ ।

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ ଓ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଉତ୍ତମ ରୋଜଗାର ଯୋଗେ ଶାନ୍ତି ବିରାଜମାନ କରିବ । ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳ ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ । ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ ।

କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ-ସମ୍ବାଦ ପାଇ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ ତେଣୁ ବୁଝି ବିଚାରି କାର୍ଯ୍ୟ ନକଲେ ଅପମାନ ସହ୍ୟ କରିବାକୁ ପଡ଼ିପାରେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ରାଜନୀତି କ୍ଷେତ୍ରରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ନାନା ବାଟରେ ଧନାଗମ ଘଟିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ ।

ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ମାଲିମୋକଦ୍ଦମାର ଭୟ ରହିବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଜୀବନସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ଭଲ ଭାବରେ ପଢି ବୁଝି ବିଚାରି ଦସ୍ତଖତ କରିବେ । ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ ।

ମକର:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେଲେ ମଧ୍ୟ ଉଦରପୀଡ଼ା ଦେଖାଦେବ । ମାନସିକ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ । କରଜର ମାତ୍ରା ହ୍ରାସ ପାଇବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଆଶା କରିଥିବା ଧନ ପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ । ବକେୟା ଅର୍ଥ କିଛି ମିଳିବ ।

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । କରଜର ମାତ୍ରା ହ୍ରାସ ପାଇବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ମାନସମ୍ମାନ ବୃଦ୍ଧିହେବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।

କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟରସ୍ରୋତ ଖୋଲିଯିବ । ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!