ରବି ଚଳିଲେ କୁମ୍ଭ ରାଶିକୁ, କଣ ପଡିବ 12ଟି ରାଶି ଉପରେ ଏହାର ପ୍ରଭାବ?

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୨ / ୨ / ୨୦୨୧ ମସିହା ଶୁକ୍ରବାର ଦିନ ମକରରାଶିରୁ କୁମ୍ଭରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଏହିସମୟ ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପ୍ରିୟଜନମାନେ ଆର୍ଥିକ ସାହାଯ୍ୟ କରିବେ ।

ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । କୃଷି କ୍ଷେତ୍ରରେ ସଫଳତା ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଏହିସମୟ ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଅକସ୍ମାତ ଧନଲାଭ ହେବ । ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ବିଶେଷ ଲାଭବାନ୍ ହେବେ । କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ । ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ । ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ । ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ଏହିସମୟ ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ସୁଖସୌଭାଗ୍ୟ ବୃଦ୍ଧି ହେବା ସହ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ । ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏହିସମୟ ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ । ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ:-ଏହିସମୟ ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଏହିସମୟ ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଏହିସମୟ ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଏହିସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ । ଆତ୍ମୀୟମାନେ ଭିତରେ ଚେର କାଟି ପାରନ୍ତି । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଧରା ପଡିବେ । ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ଏହିସମୟ ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସ୍ୱାସ୍ଥ୍ୟଗତ ସମସ୍ୟାର ସାମାନ୍ୟ ଉନ୍ନତି ଦେଖାଦେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଲକ୍ଷସ୍ଥଳରେ ପହଞ୍ଚି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ ।

ଧନୁ:-ଏହିସମୟ ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ଆୟ ଅଧିକ ହୋଇ ଆର୍ଥିକ ଅନାଟନ ଦୂରେଇ ଯିବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରିବାରରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଏହିସମୟ ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବା ସହ ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ମାଲିମୋକଦ୍ଦମାରେ ସଫଳ ହେବେ । ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । କରଜର ମାତ୍ରା ହ୍ରାସ ପାଇବ । ଭୋଗବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ । ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଏହିସମୟ ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ । ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ । ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବା ଫଳରେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ । ରାଜନୈତିକ କ୍ଷେତ୍ରରେ ନିଜ ସ୍ଵାର୍ଥକୁ ତୁଛମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରି ପଦ ପଦବୀ ଲାଭ କରି ପାରନ୍ତି । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଏହିସମୟ ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଗୃହୋପକରଣ କ୍ରୟ କରି ପାରନ୍ତି । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଆଶା କରୁଛୁ ଆପଣଙ୍କୁ ଆମର ଏହି ଲେଖା ପସନ୍ଦ ଆସୁଥିବ, ଏହିଭଳି ଅନେକ ଜ୍ୟୋତିଷ ସମ୍ବନ୍ଧୀୟ ଖବର ପାଇଁ ଆମ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!