ମେଷ:-
ଏହି ମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠାଲାଭ, ସନ୍ତାନ ମାନଙ୍କର ଉନ୍ନତି, ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଶାରୀରିକ ଅସୁସ୍ଥତା ଦୂର ହେବ ଓ ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ର ଛାତ୍ରୀମାନଙ୍କର ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟରସ୍ରୋତ ଖୋଲିଯିବ। ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
ଏହି ମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବା ଫଳରେ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା ରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯାଇପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-
ଏହି ମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ପ୍ରଚୁର ଲାଭ ପାଇବେ। ରାଜନୀତିରେ ଫାଇଦା ଉଠାଇବା ସହ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ଦୂର ଯାତ୍ରାରେ ଲାଭବାନ ହେବେ। ଧନ ଲାଭର ମାର୍ଗ ଖୋଲିଯିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଅବନତି ଲାଗି ରହିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। କର୍ମ କ୍ଷେତ୍ରରରେ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।
କର୍କଟ:-
ଏହି ମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ପୂର୍ବ କଳହର ସମାଧାନ ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ଶିକ୍ଷାକ୍ଷେତ୍ରରେ ପଢ଼ାପଢ଼ିରେ ମନଦେଇ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟ କରିଲେ ଲାଭବାନ ହେବେ। ପାରିବାରିକ ଜୀବନରେ ଆର୍ଥିକ ପରିସ୍ଥିତିରେ ଉନ୍ନତି ହୋଇପାରେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରି ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଘରୋଇ କର୍ମଚାରୀମାନଙ୍କର ପଦୋନ୍ନତି ସହ ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।
ସିଂହ:-
ଏହି ମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀ ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ ଓ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ସେବାକାରୀ ମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-
ଏହି ମାସଟି ଅପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ। ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି। ବ୍ୟବସାୟରେ ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-
ଏହି ମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ଆଦାୟ କରି ପାରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧ ନ କରିବାକୁ ବିଶେଷ ସତର୍କ ରହିବା ଆବଶ୍ୟକ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବିଚ୍ଛା:-
ଏହି ମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରି ପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଯୋଗେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇ ପାରିବେ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ।
ଧନୁ:-
ଏହି ମାସଟି ଅପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ। ୨୫ ତାରିଖ ପରେ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ଅଧା ହୋଇଥିବା କାର୍ଯ୍ୟ ସହଜ ସରଳରେ ପୂର୍ଣ୍ଣ କରି ପାରିବେ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେଇ ପରୀକ୍ଷା ପ୍ରତିଦ୍ବନ୍ଦିତାରେ ବିଜୟୀ ହେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ଓ ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରଥମାର୍ଦ୍ଧରେ ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ି ଯାଇପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଜୁଆ ଲଟେରୀ ଖେଳଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହି ପାରନ୍ତି। ପ୍ରତିକାର-ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-
ଏହି ମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ଆର୍ଥିକ ଦୃଷ୍ଟି କୋଣରୁ ସାମାନ୍ୟ ଉନ୍ନତି ହୋଇପାରେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରି ପାରନ୍ତି। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହି ପାରନ୍ତି। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସେୟାର, ଲଟେରୀ ଆଦିରେ କ୍ଷତି ହେବାର ବିଶେଷ ସମ୍ଭାବନା। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ଏହି ମାସଟି ଅପଣଙ୍କ ପାଇଁ ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ମନ ବଲେଇ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧି ତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ ନତୁବା ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-
ଏହି ମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସର୍ବାଧିକ ଭାଗ୍ୟଶାଳୀ ହେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। ଇଂରାଜୀ ପ୍ରଫେସର, ଅଭିନେତା ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚଅଧିକାରୀ ମାନେ ପ୍ରଶଂସିତ ହେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।