ରବି ଚଳିଲେ ମେଷ ରାଶିକୁ, କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ରବି ମହାଗ୍ରହ ୨୦୨୦ ମସିହା ଅପ୍ରେଲମାସ ୧୩ ତାରିଖ ସୋମବାରରେ ମୀନରାଶିରୁ ମେଷରାଶିକୁ ଗମନ କରିଛନ୍ତି। ମେଷ ରାଶିରେ ରବି ସଂକ୍ରମଣ କରିବା ଫଳରେ ପରମ୍ପରା ଦୃଷ୍ଟିରୁ ଏହି ଦିନଟିକୁ ମହାବିଶୁଭ ପଣାସଙ୍କ୍ରାନ୍ତି ଭାବେ ଓଡିଶାରେ ପାଳନ କରିଥାନ୍ତି। ଏହିଦିନ ୧୯୪୨ ଶକାବ୍ଦ ଆରମ୍ଭ ହୋଇ ଓଡିଆ ନବବର୍ଷ  ଭାବେ ପାଳନ କରାଯିବ। କାରଣ ଏହିଦିନ ଠାରୁ ଓଡିଆ ନୂତନ ପଞ୍ଜିକା ପ୍ରଚଳନ ହୋଇଥାଏ। ଓଡିଆ ନବବର୍ଷର ଶୁଭେଛା ଜଣଉଛି। ମେଷରାଶିରେ ରବି ସଂକ୍ରମଣ କରିବା ସମୟରେ ବସନ୍ତ ଋତୁର ଦ୍ଵିତୀୟ ମାସ ଭୋଗ ହୋଇଥାଏ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବସନ୍ତ ଋତୁରେ ରୋଗ ଜୀବାଣୁ ବା ଭୂତାଣୁ ମାନେ ଶକ୍ତିଶାଳୀ ହୋଇଥାନ୍ତି ତେଣୁ ଶରୀରରେ ଅନେକ ପ୍ରକାର ରୋଗ ଦେଖାଦେଇ ଥାଏ ସର୍ବସାଧାରଣ ସେଥିରୁ ରକ୍ଷା ପାଇବାପାଇଂ ପୂର୍ବସୂରୀ ମାନେ କେତେ ଗୁଡିଏ ଦ୍ରବ୍ୟକୁ ଔଷଧୀୟ ଭାବେ ବ୍ୟବହାର କରିବାପାଇଁ ବ୍ୟବସ୍ଥା କରି ଯାଇଛନ୍ତି ଯଥା ପୁରୁଣା ପାଞ୍ଜି ମାନଙ୍କରେ ଅଛି ମେଷସଙ୍କ୍ରାନ୍ତି ଦିନ ୧୦ ଗ୍ରାମ ମସୁରଡାଲି ଓ ୧୦ ଗ୍ରାମ ଲିମ୍ବପତ୍ର ବାଟିକରି ପିଇଲେ ରୋଗପ୍ରତି ସେଧକ ଜୀବାଣୁ ଶରୀରରେ ସୃଷ୍ଟିହେବେ। ପଣାସଙ୍କ୍ରାନ୍ତିରେ ଅରୁଆଚାଉଳ, ଗହମ, ବୁଟ, ମୁଗ, ମକା, ମାଣ୍ଡିଆ, ଖସା ଭାଜି ସମ ପରିମାଣରେ ଏକତ୍ରିତ ଛତୁଆକରି ଗୁଡ, ଛେନା, କଦଳୀ, ନଡିଆ, ଆମ୍ବ, ଅଦା, ଗୋଲମରୀଚ ଆଦି ପକେଇ ପଣାକରି ପିଇଲେ ମୋଦକଭଳି କାର୍ଯ୍ୟ କରିଥାଏ। ବିଶେଷତଃ ମାସସାରା ବେଲପଣା ପିଇଲେ ମଧ୍ୟ ଶରୀର ସୁସ୍ଥ ରହିବ।

ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ। ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ। ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି। ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ପିତାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି। ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ।

ମେଷ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୁରୁ ଗୁରୁଜନ ବନ୍ଧୁବାନ୍ଧବ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଭାଇଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପାଇବା ଫଳରେ ପରିବାରରେ ସୁଖ ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ବ୍ୟବସାୟୀକ କ୍ଷେତ୍ରରେ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟି ଉନ୍ନତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଦାମ୍ପତ୍ୟ ସମସ୍ୟାକୁ ସୁଧାରୀ ନେବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୀତିରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଯୋଗାଯୋଗ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବା ସହ ଇଚ୍ଛା ମୁତାବକ ଲାଭ ପାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ ଓ ପରିବାରଙ୍କ ସହିତ ସମୟ ବିତେଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ।  ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଶାରୀରିକ କଷ୍ଟ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଶତୃମାନେ ଦୂରେଇଯିବା ଫଳରେ ଶ୍ରମ ସାର୍ଥକ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।  ଅଶାନ୍ତିର ଝଡ ଶାନ୍ତ ହେବ ଓ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ ଓ ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ନିଜ ଲୋକ ମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ।  ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।  ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ।ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହୋଇ ବନ୍ଧୁ ମିତ୍ରଙ୍କ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ବ୍ୟବସାୟୀ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ସାମ୍ବାଦିକ ମାନଙ୍କର ଶାରୀରିକ କଷ୍ଟ ଦୂରେଇ ଯାଇ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବା ସହ ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଦ୍ଵାରା କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଶତ୍ରୁ ବା ବିରୋଧୀ ମାନେ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ କିଛି ମିଳିବ। ପନିପରିବା ଚାଷୀ ଓ ବ୍ୟବସାୟିମାନେ ବିଶେଷ ଲାଭାନ୍ଵିତ ହେବେ। ଦାମ୍ପତ୍ୟ କଳହର ଅବସାନ ଘଟି ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। ରାଜନେତାମାନଙ୍କର ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଆର୍ଥିକ ଚିନ୍ତା ଦୁରହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଜନସମ୍ପର୍କ ସୁଦୃଢ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ, ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପାଇ ମନ ଓ ଚିତ୍ତ ପ୍ରସନ୍ନ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!