ରବି ଚଳିଲେ ମିଥୁନ ରାଶିକୁ, କଣ ରହିବ ବାରଟି ରାଶି ଉପରେ ଏହାର ପ୍ରଭାବ ଓ କେମିତି କରିବେ ପ୍ରତିକାର ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୫ / ୬ / ୨୦୨୧ ମସିହା ମଙ୍ଗଳବାର ଦିନ ବୃଷରାଶିରୁ ମିଥୁନରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ସମୟ କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା । ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ଗ୍ରହଙ୍କୁ ସବୁଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ଓ ରାଜା ବୋଲି କୁହାଯାଏ । ଜାତକରେ ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବିଗ୍ରହ ଶୁଭସ୍ଥିତିରେ ରହିବା ଆବଶ୍ୟକ । ରବିଗ୍ରହ ପ୍ରତ୍ୟେକ ରାଶିରେ ୩୦ବା ୩୧ଦିନ ପର୍ଯ୍ୟନ୍ତ ଅବସ୍ଥାନ କରିଥାନ୍ତି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଏହିଭଳି ୩୦ ବା ୩୧ଦିନରେ ଥରେ ରାଶି ପରିବର୍ତ୍ତନ କରିଥାନ୍ତି । ରବିଗ୍ରହ ମାନସମ୍ମାନ, ପଦପ୍ରତିଷ୍ଠା, ପିତାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ, ପ୍ରଶସ୍ତି, ଆୟୁ ଓ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରିଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:-ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବିରୋଧୀମାନେ ଶାନ୍ତ ହେବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ । ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ । ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ପାରନ୍ତି । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ପାରିବାରିକ ସମସ୍ୟାର ସମାଧାନହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଦେହମନ ଭଲ ରହିବ ଓ ଶାନ୍ତି ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ମହିଳା ଓ ପୁରୁଷ ମାନଙ୍କର ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ବରଂ ଶୁଭ ସୂଚନା ପାଇବେ । ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧ ଭାବର ସମାଧାନ ହେବ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-ମହିଳା ଓ ପୁରୁଷ ମାନେ ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଲୋକ ସମର୍ଥନ ବଢିବା ସହ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ମହିଳା ଓ ପୁରୁଷ ମାନେ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀର ସୁସ୍ଥ ରହିବ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ଚିତ୍ତପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ । ଅଟକିଥିବା ଧନ ମିଳିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ମହିଳା ଓ ପୁରୁଷ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ । ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖବୃଦ୍ଧିହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!