ରବି ଚାଲିଲେ ମିଥୁନ ରାଶିକୁ- କଣ ପଡିବ ୧୨ଟି ରାଶି ଉପରେ ଏହାର ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ରବି ମହାଗ୍ରହ ୨୦୨୦ ମସିହା ଯୁନ୍ ମାସ ୧୫ ତାରିଖ ସୋମବାରରେ ବୃଷରାଶିରୁ ମିଥୁନରାଶିକୁ ଗମନ କରିଲେ । ମିଥୁନ ରାଶିରେ ରବି ସଂକ୍ରମଣ କରିବା ଫଳରେ ପରମ୍ପରା ଦୃଷ୍ଟିରୁ ଏହି ଦିନଟିକୁ ରଜସଙ୍କ୍ରାନ୍ତି ଭାବେ ଓଡିଶାରେ ପାଳନ କରିଥାନ୍ତି। ମିଥୁନ ରାଶିରେ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ସୁଖ, ସମ୍ପତ୍ତି, ସନ୍ତାନ, ପେଷା, ବେଉଷା, ଦାମ୍ପତ୍ୟ, ପ୍ରେମ, ଚାଷ, ବାସ, କର୍ମ, ବ୍ୟବସାୟ, ଆୟ, ବ୍ୟୟ, ଜମା, ଖର୍ଚ, ରାଜନୀତି ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ବ୍ୟବସାୟୀମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବା ସହ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମଚାରୀ ମାନେ ପ୍ରମୋଶନ ପାଇ ଖୁସିହେବା ସହ ଧନଲାଭ କରିବାର ସୁଯୋଗ ପାଇବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସନ୍ତାଠାରୁ ସୁଖପ୍ରାପ୍ତି ହେବ।ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ପ୍ରତିକାରମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ

ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପରିବାରରେ ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ। ବ୍ୟବସାୟୀ ମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବା ସହ ସଂପତ୍ତି କ୍ରୟ କରିବାପାଇଁ ଯୋଗାଯୋଗ କରି ପାରନ୍ତି। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ କାର୍ଯ୍ୟରେ ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ ଓ ସୌଭାଗ୍ୟଶାଳୀ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସୁଖ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହୋଇପାରେ। ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବସ୍ତ୍ର, ଔଷଧ ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କଳା, ସାହିତ୍ୟ ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ପୁରାତନ ରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ବହୁତ ଶାନ୍ତି ଲଭିବେ। ବାଦବିବାଦ, ମାଲିମୋକଦ୍ଦମାରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୃହୋପକରଣ କ୍ରୟ କରିବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ।  ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଚେଷ୍ଟା କଲେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇ ସଫଳ ହେବେ। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ବନ୍ଧୁମାନେ ବିଶ୍ୱାସ ଘାତକତା କରିବା ଫଳରେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଯିବା ଫଳରେ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଦ୍ଵାରା ଆୟର ସ୍ରୋତ ଖୋଲିଯିବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ଧନ ଆଦାନ ପ୍ରଦାନରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । ମନରେ ଅଶାନ୍ତି ଅସନ୍ତୋଷ ଦୂରହୋଇ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ ସହଯୋଗ କରିବେ। ଶାରିରୀକ ଅସୁସ୍ଥତା ଦୂରେଇ ଯିବା ଫଳରେ ଆନନ୍ଦିତ ହେବେ। ଆର୍ଥିକ ଉନ୍ନତି ଫଳରେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଶତୃନାଶ ସହିତ ଶୁଖି ଦାମ୍ପତ୍ୟ ଜୀବନ ଆତିବାହିତ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇପାରିବେ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା, ମାସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ

ଆର୍ଥିକ ଉନ୍ନତି ଯୋଗୁ ଗୃହର ବାତାବରଣ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ପ୍ରାପ୍ତି, ଆର୍ଥିକ ଉନ୍ନତି, ମାନସିକ ସ୍ଥିରତା ଓ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଯୋଗେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମ କ୍ଷେତ୍ରରେ ଉନ୍ନତି ହେବା  ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ କ୍ଷେତ୍ରରେ ଅଧିକ ଗୁରୁତ୍ଵ ଦେଇ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଅବହେଳା କରି ନିଜକୁ ଅସୁସ୍ଥ ମନେ କରିବେ। ପ୍ରତିକାର ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସାମାଜିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। କର୍ମ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ସ୍ଥିତି ସୁଧୁରିବା ଫଳରେ ନିଜ ପରିଶ୍ରମରୁ ଭଲ ଲାଭ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ ଦିଅନ୍ତୁ।

ମକର:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ।  ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ।କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ପାଇ ସହକର୍ମୀଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଶିଳ୍ପ, ବାଣିଜ୍ୟ, କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତମ ରୋଜଗାର ମିଳିବା ସହ ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହୋଇ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଶତୃ ପରାଜିତ ହୋଇ ନୂତନ ଯୋଜନାରେ ସଫଳତା ମିଳିବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇ, ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇଯିବ। ଶିକ୍ଷକ, ପ୍ରଶିକ୍ଷକ, ରସାୟନଜ୍ଞ ଓ ଡାକ୍ତରମାନେ ଆତ୍ମନିର୍ଭର ଶୀଳ ହେବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ଗୃହସ୍ଥ ଜୀବନକୁ ସୁଖମୟ କରିହେବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିଲେ ଆୟ ଉପାର୍ଜନରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ।

ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା ଜମିବାଡ଼ି ନେଇ ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। କେତେକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଗୃହୋପକରଣ କ୍ରୟ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଶିକ୍ଷା କ୍ଷେତ୍ରରେ ଚେଷ୍ଟା କଲେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!