ରବି ଚଳିଲେ ତୁଳା ରାଶିକୁ, କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ମସିହା ଅକ୍ଟୋବରମାସ ୧୭ତାରଖ ଶନିବାର ଦିନ ରବି ଚଳିଲେ ତୁଳାରାଶିକୁ ନଭେମ୍ବରମାସ ୧୫ତାରିଖ ପର୍ଯ୍ୟନ୍ତ ତୁଳରାଶିରେ ରହିବା ଫଳରେ କେଉଁରାଶି ପାଇଁ ଭଲ କେଉଁରାଶି ପାଇଁ ମନ୍ଦ କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା। ବିଶେଷତଃ ଏହି ସାତୋଟି ରାଶିର ବ୍ୟକ୍ତି ଅତ୍ୟନ୍ତ ଶୁଭ ଫଳ ପାଇବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଏହିମାସଟି ଅପଣଙ୍କ ପାଇଁ ଭଲ ମନ୍ଦ ମିଶ୍ରିତ ଫଳ ପ୍ରଦାନ କରିବସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ପ୍ରଚୁର ଲାଭ ପାଇବେ। ରାଜନୀତିରେ ଫାଇଦା ଉଠାଇବା ସହ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ ତେଣୁ ବୁଝି ବିଚାରି କାର୍ଯ୍ୟ ନକଲେ ଅପମାନ ସହ୍ୟ କରିବାକୁ ପଡ଼ିପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଅବନତି ଲାଗି ରହିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।  ପ୍ରତିକାରଗୋମାତାକୁ ଖାଇବାକୁ ଦିଅନ୍ତୁ।

ବୃଷ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। କୃଷି କ୍ଷେତ୍ରରେ ଆୟ ଆଶାତୀତ ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଧନ ଲାଭର ମାର୍ଗ ଖୋଲିଯିବ ଓ ଦୂର ଯାତ୍ରାରେ ଲାଭବାନ ହେବେ। କର୍ମ କ୍ଷେତ୍ରରରେ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ। ଋଣମୁକ୍ତ ଓ ଋଣପ୍ରାପ୍ତି ହେବ।  ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ। କର୍ମ କ୍ଷେତ୍ରରେ ସାହାଯ୍ୟ ପ୍ରାପ୍ତି ହେବ। ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଶତ୍ରୁହାନୀ, ମିତ୍ରଲାଭ, ଋଣ ପ୍ରାପ୍ତି ଓ ଶରୀର ସୁସ୍ଥ ରହିବ। ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ, ମିଷ୍ଠାନ୍ନ ଭୋଜନ ପ୍ରାପ୍ତି, ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ହୋଇ ଥିବାରୁ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ଓ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ। ଅଟକିଥିବା ଧନ ମିଳିଯିବା ଫଳରେ ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ପାଇବେ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଶୁଭଫଳ ପ୍ରଦାନ କରିବ ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ବ୍ୟବସାୟରେ କର୍ମତତ୍ପର, ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ।  ଉଚ୍ଚ ଆଶା ସଫଳହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ।  ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବଶିକ୍ଷାକ୍ଷେତ୍ରରେ ପଢ଼ାପଢ଼ିରେ ମନଦେଇ ସଫଳତା ଲାଭ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଏହିମାସଟି ଅପଣଙ୍କ ପାଇଁ ସାମାନ୍ୟ ଶୁଭଫଳ ପ୍ରଦାନ କରିବ ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହୋଇ ସୁଖ ସମ୍ପଦ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବଶରୀର ଭଲ ରହିବା ସହ ମାନସିକ ଶାନ୍ତି ମିଳିବ। ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରି ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ଧନ ଆଗମନର ନୂତନସ୍ରୋତ ଖୋଲିଯିବ। କୃଷିଜିବୀମାନେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ।   ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ଘରୋଇ କର୍ମଚାରୀ ମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂତନକର୍ମ ନିଯୁକ୍ତି ପାଇପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତିର ଯୋଗ ଅଛି। କାର୍ଯ୍ୟର ପ୍ରଗତିପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ।  ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆକସ୍ମିକ ଧନପ୍ରାପ୍ତି ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ଓ ଚିନି, ଗୁଡ଼ ଜନ୍ଦା ପିମ୍ପୁଡ଼ିକୁ ଦିଅନ୍ତୁ।

କୁମ୍ଭ:- ଏହିମାସଟି ଅପଣଙ୍କ ପାଇଁ ଭଲ ମନ୍ଦ ମିଶ୍ରିତ ଫଳ ପ୍ରଦାନ କରିବସ୍ୱାସ୍ଥ୍ୟ ଉତ୍ତମ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ପୁରୁଣାପ୍ରାପ୍ୟ  ଆଦାୟ ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଭାଗୀଦାରିଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କର୍ମରେଉନ୍ନତି ସହିତ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନ ହେବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:- ଏହିମାସଟି ଅପଣଙ୍କ ପାଇଁ ସାମାନ୍ୟ ଶୁଭଫଳ ପ୍ରଦାନ କରିବ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ  ବିଶେଷ ବ୍ୟସ୍ତ ରହିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।  ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!