ରବି ଚଳିଲେ ତୁଳା ରାଶିକୁ, ରବିଙ୍କର ଏହି ସଂକ୍ରମଣ ଫଳରେ ଏହି ଚାରୋଟି ରାଶିକୁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ- ଆସନ୍ତୁ ଜାଣିବା ଏହା କେଉଁ ରାଶି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେଇ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଘରୋଇ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ।ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ବିଚାରବିଭାଗ, ମେଡିକାଲ ଆଦିରେ ଉଚ୍ଚଶିକ୍ଷାରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରରେ ମାତା ପିତାଙ୍କ ସହ ସୁସମ୍ପର୍କ ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ନୂତନ ବ୍ୟବସାୟ ଆରମ୍ଭ  ଯୋଗୁ ବ୍ୟବସାୟରେ ଲାଭ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ କରିବାର ସୁଯୋଗ ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ।  ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଘରୋଇ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। କୌଣସି ନୂତନ ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ।  ପ୍ରତିକାର:-  ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ।

କର୍କଟ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସ୍ୱାସ୍ଥ୍ୟରେ ସାମାନ୍ଯ ଉନ୍ନତି ଦେଖାଦେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବା ସହ ବାକିଥିବା ଅର୍ଥ ପ୍ରାପ୍ତି ହେବ ଓ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରେମିକ ପ୍ରେମିକାମାନଙ୍କର ମନାନ୍ତର ମତାନ୍ତର ଦେଖା ଦେଇ ପାରେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ବାଦବିବାଦ, ମାଲିମକଦ୍ଦମାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ପରିବାରରେ ପିତା ମାତାଙ୍କର ଶରୀର ସୁସ୍ଥ ରହିବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ଘରୋଇ କର୍ମଜୀବିମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରିବା ସହ ଉଚ୍ଚାଧିକାରୀଙ୍କ ପ୍ରିୟପାତ୍ର ହେବେ। ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବା ସହ ଉତ୍ତମ ରୋଜଗାର ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଇଚ୍ଛାକରି ଆଳସ୍ୟ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ।  ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନ, ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପୁରାତନ ରୋଗର ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଅଧିକ ଲାଭ ପାଇବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। । ପାରିବାରିକ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ

ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ହରାଇଥିବା ଧନ ପ୍ରାପ୍ତି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ପଦୋନ୍ନତି ଓ ନୂତନକର୍ମ ପ୍ରାପ୍ତି ହୋଇ ପାରେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯାଇ କରଜର ମାତ୍ରା ହ୍ରାସପାଇବା ଫଳରେ ସଫଳତା ଅର୍ଜନ କରିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ

କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ।

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବା ଫଳରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଶରୀର ଅସୁସ୍ଥ ରହି ପାରେ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ ଓ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!