ରାହୁ ଚଳିଲେ ମେଷ ରାଶିକୁ,12ଟି ରାଶି ଉପରେ କଣ ପଡିବ ପ୍ରଭାବ… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୭ । ୦୩ । ୨୦୨୨ଗୁରୁବାର ପ୍ରାତଃ ୦୬ । ୨୧ । ୩୯ ରେ ବକ୍ରୀ ସ୍ପଷ୍ଟ ରାହୁ ବୃଷରାଶିରୁ କୃତ୍ତିକା ନକ୍ଷତ୍ର ମେଷରାଶିକୁ ଗମନ କରିବା ଫଳରେ କେଉଁ ରାଶିର ଭଲ ହେବ କେଉଁ ରାଶି ମନ୍ଦଫଳ ଭୋଗ କରିବେ, କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାହୁ- ରାହୁଗ୍ରହ ପିତାମହ, ଦାଦା, ବିଦେଶ ଯାତ୍ରା, ସମାଜ ଓ ଅନ୍ୟ ଜାତିବା ଧର୍ମର ଲୋକ, ସାପ, ସାପଚୋଟ ମାରିବା, ଚର୍ମରୋଗ, କୁଣ୍ଡେଇ ହେବା, ହାଡ଼, ବିଷ, ବିଧବା, ତୀର୍ଥଯାତ୍ରା, କଟୁବଚନ କହିବା, ବିଦେଶରେ ବାସ କରିବା, ଅକାଳକାଳ, ଇଛାଶକ୍ତି, ତ୍ୱଚାରେ ଦାଗ, ସରୀସୃପ, ମହାମାରୀ, ଅନୈତିକ ସମ୍ବନ୍ଧ, ଅଯଥା ତର୍କ କରିବା, ଡରେଇବା, କଷ୍ଟ ଭୋଗ କରିବା, ପାଣିରେ ବୁଡିଯିବା, ଅନ୍ଧାର, ଦୁଃଖ ଦେବାଭଳି ଶବ୍ଦ, ନିମ୍ନଜାତି, ଦୁଷ୍ଟ ସ୍ଵଭାବ, ଜୁଆରୀ, ଅଧର୍ମ, ଚାଲାକ, ଲୋକଙ୍କ ପଛରେ ନିନ୍ଦା କରିବା, ପାଖଣ୍ଡୀ, ମନ୍ଦ ଅଭ୍ୟାସ, ରୋଗୀ, ଅଙ୍ଗଛେଦନ, ବଳବାନ, ଅଯଥାବ୍ୟୟକରିବା, ଆତ୍ମସମ୍ମାନ, ଶତୃ, ଦୁର୍ଘଟଣା, ବିକଳାଙ୍ଗ, ଜାସୁସୀ, ମଦ, ନିଶାଯୁକ୍ତ ଦ୍ରବ୍ୟ, ଝଗଡା କରିବା, ଅନୈତିକ କାର୍ଯ୍ୟ କରିବା, ଆତ୍ମହତ୍ୟା ପ୍ରୟାଶୀ, ବିଦେଶରେ କାରବାର, ବୀରତା, ଶିକାରୀ, ଶୀଘ୍ର ଉତେଜିତ ହେବା ଆଦିର କାରକ ହୋଇଥାନ୍ତି ।

ମେଷ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ଆଶା ଆକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ବୃଷ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇ ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଉଧାର ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଙ୍କଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନୂଆ କାମ ନୂଆ ପ୍ରେରଣା ଦେବ । ପ୍ରତିକାର- ଗୋମତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଶତୃମାନେ ପରାଜିତ ହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ । ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ପ୍ରତିକାର- କଉଡି ଗୋଟିଏ ସର୍ବଦା ପାଖରେ ରଖନ୍ତୁ ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମାର ସମାଧାନ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ପ୍ରତିକାର:-ପ୍ରତ୍ୟେକ ମଙ୍ଗଳବାରରେ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ପାଇବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକା ମାନଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇ ପାରେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବୃଦ୍ଧି ହେବ । ନିଜର ଚତୁରତା ଓ ବିବେକ ବଳରେ କୌଶଳକ୍ରମେ ସମସ୍ୟା ସମାଧାନ କରି କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଅଧୁରା କାର୍ଯ୍ୟ ପୂରଣ ହେବ । କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ବ୍ୟବସାୟ ପାଇଁ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବା ସହ ଆର୍ଥିକ ସମସ୍ୟା ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ମାନସିକ ଏକାଗ୍ରତା ବଜାୟ ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପୂର୍ବ କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ । ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ସନ୍ତାନଙ୍କ ସମ୍ବନ୍ଧରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ବନ୍ଧୁଙ୍କ ଦ୍ଵାରା ସମ୍ପାଦନ କରିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର- ପ୍ରତ୍ୟେକ ମଙ୍ଗଳବାରରେ ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ମୀନ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଭଫଳ ପ୍ରାପ୍ତିହେବ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର- ପ୍ରତ୍ୟେକ ମଙ୍ଗଳବାରରେ ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!