ରାହୁ ପୁନର୍ବସୁ ନକ୍ଷତ୍ର  ମିଥୁନ ରାଶିକୁ ଚଳନ ହେବା ଫଳରେ ବାରୋଟି ରାଶିର ବ୍ୟକ୍ତି ବିଶେଷଙ୍କର କେମିତି କଟିବ ୧୮ମାସ? ଜାଣନ୍ତୁ ଶୁଭାଶୁଭ ଫଳ  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପରିବାରରେ ପୂର୍ଣ୍ଣ ସହଯୋଗ ପାଇ ହସ ଖୁସିର ବାତାବରଣ ଖେଳିଯିବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

 

ବୃଷ:-

ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । ଅନେକ ସମସ୍ୟାର ସମାଧାନ ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ। କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ।

ମିଥୁନ:-

ପାରିବାରିକ ସମ୍ପର୍କରେ ଉନ୍ନତି ହେବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ।

କର୍କଟ:-

ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ ଓ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆୟ ତୁଳନାରେ ବ୍ୟୟ ଅଧିକହେବ। କର୍ମ ଓ ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଅବନତି ହୋଇପାରେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ।

ସିଂହ:-

 

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ।

କନ୍ୟା:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି, ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ ଓ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ ଓ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସୁଖ ପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ।

ତୁଳା:-

ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ।

ବିଚ୍ଛା:-

କର୍ମ କ୍ଷେତ୍ରରେ ସମ୍ମାନ ଲାଭ ଓ ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ ଗୃହବାହାନ ପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ।

ଧନୁ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ।

ମକର:-

ସ୍ଵାସ୍ଥ୍ୟକ୍ଷେତ୍ରରେ ଅସମ୍ଭବ ପରିବର୍ତ୍ତନ ଆସିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସୁଖ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ଶତୃନାଶ ଓ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

 

କୁମ୍ଭ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ। ବ୍ୟବସାୟରେ  ଆଶାନୁରୂପ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର।

ମୀନ:-

ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!