September 2022: 12ଟି ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେମିତି କଟିବ, ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ମାନସିକ ଚିନ୍ତାରୁ ମୁକ୍ତି ମିଳିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟରେ ନୂଆ ଯୋଜନାଦ୍ୱାରା ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପରିବାର ଜନଙ୍କ ସହିତ କୌଣସି ମନୋରଂଜନ ଯାତ୍ରାରେ ଯୋଗ ଦେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ପୂର୍ବରୁ ଅଟକିଥିବା କାର୍ଯ୍ୟକୁ ଶୀଘ୍ର ପୂରଣ କରି ପାରିବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ । ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । କର୍କଟରାଶି ଜାତ ମହିଳା ଓ ପୁରୁଷ ମାନେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ । ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ । ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ସିଂହରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ବକେୟା ଅର୍ଥ ଆଦାୟ ହେବା ସହ ଋଣମୁକ୍ତି ହେବେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନ ମୂଳକ ଦିଗପ୍ରତି ଆଗ୍ରହି ହେବେ । ପୁରାତନ ରୋଗର ପ୍ରକୋପ ହ୍ରାସ ହେଲେ ମଧ୍ୟ ଉଦରପୀଡ଼ା ଦେଖାଦେବ । ମାନସିକ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ । କରଜର ମାତ୍ରା ହ୍ରାସ ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ତୁଳାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ତୁଲସୀ ମୂଳର ମାଟି ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ବିଛାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଆଶା କରିଥିବା ଧନ ପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ । ବକେୟା ଅର୍ଥ କିଛି ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରତିକାର- ସିନ୍ଦୁର ଟିକିଏ ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ଧନୁରାଶି ଜାତ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇବେ । କରଜର ମାତ୍ରା ହ୍ରାସ ପାଇବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ମାନସମ୍ମାନ ବୃଦ୍ଧିହେବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଏକାଗ୍ରତା ବଜାୟ ରହିବ । ଆୟର ସ୍ରୋତ ବୃଦ୍ଧି ହେବ । ମନର ଅଶାନ୍ତି ଅସନ୍ତୋଷ ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମକରରାଶି ଜାତ ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ଖ୍ୟାତି ଅର୍ଜନ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ । ଆୟଉପାର୍ଜନ ବୃଦ୍ଧିହୋଇ ଅଚାନକ ଧନପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ପୁରାତନ ରୋଗର ଉପଶମ ହୋଇଯିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବ୍ୟବସାୟରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ । ପରିବାର ଜନଙ୍କ ସହ କୌଣସି ଦୂରଜାଗାକୁ ଯାତ୍ରା କରି ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କୁମ୍ଭରାଶି ହେବ । କୁମ୍ଭରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଧର୍ମକାର୍ଯ୍ୟରେ ମତି ରହିବ । ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରି ପାରିବେ । ରାଜନୀତି କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମୀନରାଶି ହେବ । ମୀନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ କଲେମଧ୍ୟ ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ । ଶରୀର ଅସୁସ୍ଥ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ । ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!