2021 ମସିହା ସେପ୍ଟେମ୍ବର ମାସଟି କେମିତି କଟିବ (ଧନୁ, ମକର, କୁମ୍ଭ ଓ ମୀନ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ମସିହା ସେପ୍ଟେମ୍ବର ମାସଟି ବରୋଟି ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେମିତି କଟିବ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ମହିଳା ଓ ପୁରୁଷ ମାନେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ । କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ । ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେଇ ପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି ଓ ଶାନ୍ତି ପାଇବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!