ଦୈନିକ ରାଶିଫଳ: 08 ସେପ୍ଟେମ୍ବର 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ୮ ତାରିଖ, ବୁଧବାର, ସିଂହମାସ ୨୩ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ଶୁଭ ଯୋଗ । ବାଳବ କରଣ । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବୋଇତି କଖାରୁ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୨ଟା ୩୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦିବା ୧୧ଟା ୪୪ମିନିଟ୍ ରୁ ଦିବା ୧ଟା ୧୬ମିନିଟ୍ । ରାତ୍ରି ୨ଟା ୪୦ମିନିଟ୍ ରୁ ରାତ୍ରି ୪ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୧୩ମିନିଟ୍ ରୁ ୧୧ଟା ୧୮ମିନିଟ୍, ଦିବା ୧ଟା ୪୭ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ର ୧୦ଟା ୩୨ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ରାତ୍ର ୨ଟା ୩୯ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୩୫ମିନିଟ୍ । ପର୍ବଦିନ- ବୁଦ୍ଧିବାମନ ଓଷା ତୃତୀୟ ପାଳି ।

ମେଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ । ବଡ଼ ବ୍ୟବସାୟିଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଉନ୍ନତିର ରାସ୍ତା ଖୋଲିଯିବ । ଦାମ୍ପତ୍ୟ ଜୀବନରେ ଆନନ୍ଦ ଓ ଖୁସିର ଲହରୀ ଖେଳିବ । ଉଚ୍ଚାଧିକାରୀଙ୍କୁ ଉପହାର ବା ଗିପ୍ଟ ଦେଇ ସନ୍ତୁଷ୍ଟ କରିବେ ଓ କର୍ମକ୍ଷେତ୍ରରେ ଅଧିକ ଆଶାନ୍ୱିତ ହେବେ । ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ଫଳରେ ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧିହେବ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ବ୍ୟବସାୟ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ଦେଖାଦେଲେବି ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପଢାପଢିରେ ମାନସିକ ଶାନ୍ତି ମିଳିବ ଓ ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ରାଜନୀତିରେ ଫାଇଦା ଉଠାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ସାହାଯ୍ୟ ସହଯୋଗ ପାଇ ପଢିବା, ପଢେଇ ବାରେ ସଫଳତା ମିଳିବ । ବନ୍ଧୁଙ୍କ ଆଗମନ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଜ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!