ଦୈନିକ ରାଶିଫଳ: 09 ସେପ୍ଟେମ୍ବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୯ ତାରିଖ, ଗୁରୁବାର, ସିଂହ ମାସ ୨୪ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ । ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୨ଟା ୧୮ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୭ମିନିଟ୍ ରୁ ଦିବା ୪ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦିବା ୪ଟା ୧୯ମିନିଟ୍ ରୁ ସନ୍ଧ୍ୟା ୫ଟା ୫୧ମିନିଟ୍ । ରାତ୍ରି ୧୧ଟା ୪୩ମିନିଟ୍ ରୁ ରାତ୍ରି ୧ଟା ୧୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ବାଲି ତୃତୀୟା ବା ଗୌରୀ ବ୍ରତ, ହରିତାଳିକା ତୃତୀୟା ।

ମେଷ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଶତୃମାନେ ଦୂରେଇ ଯିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ନୂତନ ଦ୍ରବ୍ୟ ବା ଗୃହୋପକରଣ କ୍ରୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ଦୂର ସମ୍ପର୍କୀୟଙ୍କ ସହଯୋଗ ଓ ପ୍ରେରଣାପାଇ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସହଜ ସରଳରେ ସମାଧାନ କରିପାରନ୍ତି । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସରକାରୀ କାମରେ ସଫଳତା ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଶୁଭ ସମାଚାର ମିଳିପାରେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ବ୍ୟବସାୟ କ୍ଷେତ୍ରର ଉନ୍ନତି ହେବା ଫଳରେ ଆତ୍ମସନ୍ତୋଷ ମିଳିପାରେ । ନୂଆ ଚାକିରୀ ମଧ୍ୟ ମିଳିପାରେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଅଧ୍ୟୟନ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଭବିଷ୍ୟତରେ ମିଳିବାକୁ ଥିବା ସମସ୍ତ ସୁଯୋଗର ସମାଧନ ହୋଇପାରେ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ନିଜ ଲୋକ ମନମୋଟିଆ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!