ଦୈନିକ ରାଶିଫଳ: 10 ସେପ୍ଟେମ୍ବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧୦ ତାରିଖ, ଶୁକ୍ରବାର, ସିଂହ ମାସ ୨୫ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ଚିତ୍ରା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବ୍ରହ୍ମା ଯୋଗ । ବାଣିଜ୍ୟ କରଣ ଦିବା ୧୧ଟା ୮ମିନିଟ୍ ଗତେ ବିଷ୍ଟି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମୂଳା ନ ଖାଇଲେ ଭଲ । ଯୋଗିନୀ- ନୈରୁତେ ରାତି ୯ଟା ୫୮ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୧ମିନିଟ୍ । ଦିବା ୧୦ଟା ୧୧ମିନିଟ୍ ରୁ ଦିବା ୧୧ଟା ୪୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାତ୍ରି ୮ଟା ୪୭ମିନିଟ୍ ରୁ ରାତ୍ରି ୧୦ଟା ୧୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୬ଟା ୨୪ମିନିଟ୍, ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୮ମିନିଟ୍ ରୁ ୨ଟା ୩୩ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ସନ୍ଧ୍ୟା ୫ଟା ୪୯ମିନିଟ୍, ରାତ୍ର ୭ଟା ୨୫ମିନିଟ୍ ରୁ ରାତ୍ର ୮ଟା ୪୬ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ରାତ୍ର ୪ଟା ୧ମିନିଟ୍ । ପର୍ବଦିନ- ଗଣେଶ ଚତୁର୍ଥୀ, ଶ୍ରୀ ଗଣେଶ ପୂଜା ।

ମେଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ ଓ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ବିଦ୍ୟାକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସନ୍ତାନ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ଅସହାୟଙ୍କୁ ସାହାଯ୍ୟ କରିବେ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଦୂରସ୍ଥାନକୁ ଯାତ୍ରା କରିବେ । ପୁରୁଣା ନିବେଶ ଲାଭ ଦେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀ ମାନଙ୍କର ମଉଜ-ମସ୍ତିରେ ସମୟ କଟିପାରେ । ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ । କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରେମ କ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!