ଦୈନିକ ରାଶିଫଳ: 13 ସେପ୍ଟେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧୩ ତାରିଖ, ସୋମବାର, ସିଂହ ମାସ ୨୮ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ଅନୁରାଧା ନକ୍ଷତ୍ର ସକାଳ ୮ଟା ୨୩ମିନିଟ୍ ଗତେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ସକାଳ ୮ଟା ୪୯ମିନିଟ୍ ଗତେ ପ୍ରୀତି ଯୋଗ । ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ଦିବା ୩ଟା ୧୧ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଦିବା ୩ଟା ୧୧ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ସକାଳ ୮ଟା ୩୯ମିନିଟ୍ । ଦିବା ୨ଟା ୪୫ମିନିଟ୍ ରୁ ଦିବା ୪ଟା ୧୬ମିନିଟ୍ । ରାତ୍ରି ୧୦ଟା ୧୩ମିନିଟ୍ ରୁ ରାତ୍ରି ୧୧ଟା ୪୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧୨ଟା ୫୪ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୪ଟା ୫୭ମିନିଟ୍, ସନ୍ଧ୍ୟା ୬ଟା ୩୬ମିନିଟ୍ ରୁ ରାତ୍ର ୮ଟା ୫୫ମିନିଟ୍, ରାତ୍ର ୧୧ଟା ୪୩ମିନିଟ୍ ରୁ ୨ଟା ୨୭ମିନିଟ୍ । ପର୍ବଦିନ- ସୋମନାଥ ବ୍ରତ ।

ମେଷ:-ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅଳ୍ପ ଲାଭ ପାଇବେ । ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବା ଫଳରେ କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରିଲେ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ ଓ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ସିଂହ:-ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇଯିବେ । ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ି ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର-ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

କୁମ୍ଭ:-ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମ୍ପଦ ପ୍ରାପ୍ତି ହେବ । ବ୍ୟବସାୟରେ ଆୟରସ୍ରୋତ ଖୋଲିଯିବା ଫଳରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ମୀନ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନୂତନକର୍ମ ପ୍ରାପ୍ତିର ସମ୍ଭାବନା ଅଛି । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!