୨୦୨୧ ମସିହା, ସେପ୍ଟେମ୍ବର ମାସ ୧୬ ତାରିଖ, ଗୁରୁବାର, ସିଂହ ମାସ ୩୧ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି ସକାଳ ୯ଟା ୩୬ମିନିଟ୍ ଗତେ ଏକାଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ଗର କରଣ ସକାଳ ୯ଟା ୩୬ମିନିଟ୍ ଗତେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ଦିବା ୧୦ଟା ୪୩ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ସକାଳ ୯ଟା ୩୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ଉତ୍ତରେ ଦିବା ୯ଟା ୩୬ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୩ମିନିଟ୍ ରୁ ଦିବା ୪ଟା ୧୪ମିନିଟ୍ । ଦିବା ୪ଟା ୧୪ମିନିଟ୍ ରୁ ସନ୍ଧ୍ୟା ୫ଟା ୪୪ମିନିଟ୍ । ରାତ୍ରି ୧୧ଟା ୪୧ମିନିଟ୍ ରୁ ରାତ୍ରି ୧ଟା ୧୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧୨ଟା ୫୩ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ସୁଦଶା ବ୍ରତ, ମାସାନ୍ତ ।
ମେଷ:-ପିଲାମାନଙ୍କ ବିଷୟରେ ଚିନ୍ତା କରି ଖୁସି ରହିବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ । ଧର୍ମ କର୍ମରେ ରୁଚି ରହିବ ଓ କୌଣସି ଧାର୍ମିକ କାର୍ଯ୍ୟ ଆୟୋଜନ କରେଇବା ଦ୍ଵାରା ମାନପ୍ରତିଷ୍ଠା ବଢିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡ଼ିବେ । ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମାନସିକସ୍ଥିତି ଭଲ ରହିଲେବି ଶରୀର ଅସୁସ୍ଥ ରହିପାରେ । ରାଜନୀତିରେ ପ୍ରଶଂସିତ ହେବେ । ନିତ୍ୟକର୍ମ ପରିବର୍ତ୍ତନ ହେତୁ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସାମ୍ବାଦିକ ମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ମିତ୍ର ଓ ଭାଇମାନଙ୍କ ସାହାଯ୍ୟରେ ଯାତ୍ରାରେ ବିଶେଷ ଲାଭାନ୍ୱିତା ହେବେ । ବ୍ୟବସାୟ ବୃଦ୍ଧି କିମ୍ବା ନିକଟକୁ ଯାତ୍ରା କରି ବିଗିଡି ଯାଇଥିବା କାର୍ଯ୍ୟ ସୁଧାରି ଦେବା ଫଳରେ ଲାଭବାନ୍ ହେବେ । ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବୁଦ୍ଧି ବଳରେ ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ସମସ୍ୟାର ସମାଧାନ ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂତନ ଗୃହ ନିର୍ମାଣ କରି ପାରିବେ । ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ମାନସିକ ଦୁଶ୍ଚିନ୍ତା ଦୂରହୋଇ ପଢ଼ାପଢ଼ିରେ ମନଦେବେ । କର୍ମକ୍ଷେତ୍ରରେ ସାମାନ୍ୟ ପରିଶ୍ରମ କରିଲେ ପଦୋନ୍ନତିର ସୂଚନା ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କନ୍ୟା:-ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ମାନସିକ ଅଶାନ୍ତି ଦୂର ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବା ସହ ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:- ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674