ଦୈନିକ ରାଶିଫଳ: 17 ସେପ୍ଟେମ୍ବର 2021, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧୭ ତାରିଖ, ଶୁକ୍ରବାର, କନ୍ୟା ମାସ ୧ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି ସକାଳ ୮ଟା ୮ମିନିଟ୍ ଗତେ ଦ୍ଵାଦଶୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । ବିଷ୍ଟି କରଣ ସକାଳ ୮ଟା ୮ମିନିଟ୍ ଗତେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସକାଳ ୮ଟା ୮ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସକାଳ ୮ଟା ୮ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୧୦ମିନିଟ୍ । ଦିବା ୧୦ଟା ୧୦ମିନିଟ୍ ରୁ ଦିବା ୧୧ଟା ୪୧ମିନିଟ୍ । ରାତ୍ରି ୮ଟା ୪୨ମିନିଟ୍ ରୁ ରାତ୍ରି ୧୦ଟା ୧୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୬ଟା ୨୫ମିନିଟ୍, ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୬ମିନିଟ୍ ରୁ ୩ଟା ୧୭ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ସନ୍ଧ୍ୟା ୫ଟା ୪୩ମିନିଟ୍, ସନ୍ଧ୍ୟା ୬ଟା ୩୨ମିନିଟ୍ ରୁ ରାତ୍ର ୮ଟା ୪୧ମିନିଟ୍, ରାତ୍ର ୧୨ଟା ୫ମିନିଟ୍ ରୁ ରାତ୍ର ୧ଟା ୩୯ମିନିଟ୍ । ପର୍ବଦିନ- କନ୍ୟା ସଂକ୍ରାନ୍ତି, ବିଶ୍ଵକର୍ମା ପୂଜା, ସର୍ବସମ୍ମତ ପାର୍ଶ୍ଵ ପରିବର୍ତ୍ତନ ବଡ ଏକାଦଶୀ, ବାମନ ଜନ୍ମ, ବାମନ ଦ୍ଵାଦଶୀ ।

ମେଷ:-କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ରାଜନୀତି କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଫାଇଦା ପାଇବେ । ଋଣ ପରିଶୋଧରେ ସଫଳତା ମିଳିବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ସାମାନ୍ୟ ଲାଭବାନ୍ ହେବେ । କର୍ମଜୀବିମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ । ବାଦବିବାଦ, ଖେଳକୁଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ଅଧିକ ପରିଶ୍ରମ ହେତୁ ଆଲର୍ଜି ସମସ୍ୟା ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ଭାଗୀଦାରି ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ପ୍ରେମିକ ପ୍ରେମିକାମାନେ ହସଖୁସିରେ ସମୟ ବିତାଇବେ । ଆୟର ଗୁପ୍ତସ୍ରୋତ ଖୋଲିଯିବା ଫଳରେ ଉତ୍ସାହିତ ହେବେ । ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଆତ୍ମବିଶ୍ଵାସ ଅତୁଟ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସରକାରୀ କର୍ମଚାରୀ ମାନଙ୍କର ପଦୋନ୍ନତି ହେବା ସହ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ । ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇଲେ ମଧ୍ୟ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରେମିକ ପ୍ରେମିକାମାନେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ । ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପରିବାରରେ ପ୍ରିୟପାତ୍ର ହୋଇ ସୁଖଭୋଗ କରିବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ । ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!