ଦୈନିକ ରାଶିଫଳ: 18 ସେପ୍ଟେମ୍ବର 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧୮ ତାରିଖ, ଶନିବାର, କନ୍ୟା ମାସ ୨ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି ପ୍ରାତଃ ୬ଟା ୫୪ମିନିଟ୍ ଗତେ ତ୍ରୟୋଦଶୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ । ବାଳବ କରଣ ସକାଳ ୬ଟା ୫୪ମିନିଟ୍ ଗତେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସକାଳ ୬ଟା ୫୪ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈରୁତେ ପ୍ରାତଃ ୬ଟା ୫୪ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ସକାଳ ୭ଟା ୮ମିନିଟ୍, ଦିବା ୪ଟା ୧୨ମିନିଟ୍ ରୁ ସନ୍ଧ୍ୟା ୫ଟା ୪୩ମିନିଟ୍ । ଦିବା ୧ଟା ୧୧ମିନିଟ୍ ରୁ ଦିବା ୨ଟା ୪୧ମିନିଟ୍ । ସନ୍ଧ୍ୟା ୫ଟା ୪୩ମିନିଟ୍ ରୁ ରାତ୍ରି ୭ଟା ୧୨ମିନିଟ୍, ରାତ୍ରି ୪ଟା ୯ମିନିଟ୍ ରୁ ୫ଟା ୩୮ମିନିଟ୍ । ଶୁଭସମୟ- ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୫ମିନିଟ୍ ରୁ ୧ଟା ୧୦ମିନିଟ୍, ଦିବା ୨ଟା ୪୨ମିନିଟ୍ ରୁ ୩ଟା ୧୭ମିନିଟ୍, ଦିବା ୪ଟା ୭ମିନିଟ୍ ରୁ ୪ଟା ୧୦ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ସୁନିଆଁ, ଶ୍ରୀ ଶ୍ରୀ ଦିବ୍ୟସିଂହଦେବଙ୍କ ୬୪ଅଙ୍କ ଓ ଉତ୍କଳୀୟ ସାଲ ବା ଦିଲ୍ଲୀଶ୍ଵରାବ୍ଦ ୧୪୨୯ ସାଲ ଆରମ୍ଭ, ଶନି ପ୍ରଦୋଷ ବ୍ରତ ।

ମେଷ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ବ୍ୟବସାୟୀମାନେ ବ୍ୟବସାୟରେ ଅଧିକ ଲାଭବାନ୍ ହେବେ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସମ୍ମାନ ପ୍ରତିଷ୍ଠା ଅତୁଟ ରହିବ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ବନ୍ଧୁମିତ୍ର ଓ ପରିବାର ଜନଙ୍କ ସହ ଦୂରଯାତ୍ରା ନକରିଲେ ଭଲ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶରୀର ସୁସ୍ଥ ରହିବା ସହ ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନେ ଭବିଷ୍ୟତ ଯୋଜନା ବିଷୟରେ ଆଲୋଚନା କରି ପାରନ୍ତି । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇ ଯିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ ଓ ବିଦ୍ୟାରେ ଉନ୍ନତି ଘଟିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ । ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଶାରିରୀକ ଅସୁସ୍ଥତା ଦୂର ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ପୁରୁଣା ସମସ୍ୟା ସୁଧୁରିଯିବ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନିଜର ଭୁଲ୍ ଯୋଗୁ କିଛି ଅର୍ଥ ହାନି ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ପ୍ରଶଂସିତ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!