ଦୈନିକ ରାଶିଫଳ: 19 ସେପ୍ଟେମ୍ବର 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧୯ ତାରିଖ, ରବିବାର, କନ୍ୟା ମାସ ୩ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି ପ୍ରାତଃ ୬ଟା ଗତେ କ୍ଷୟ ଚତୁର୍ଦ୍ଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଧୃତି ଯୋଗ । ତୈତିଳ କରଣ ସକାଳ ୬ଟା ଗତେ ଗର କରଣ । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ପ୍ରାତଃ ୬ଟା ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ପ୍ରାତଃ ୬ଟା ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୧ଟା ୪୦ମିନିଟ୍ ରୁ ଦିବା ୧ଟା ୧୦ମିନିଟ୍ । ଦିବା ୧୦ଟା ୯ମିନିଟ୍ ରୁ ଦିବା ୧୧ଟା ୪୦ମିନିଟ୍ । ରାତ୍ରି ୧ଟା ୯ମିନିଟ୍ ରୁ ରାତ୍ରି ୨ଟା ୩୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧ଟା ୧୧ମିନିଟ୍ ରୁ ୩ଟା ୧୬ମିନିଟ୍, ଦିବା ୪ଟା ୬ମିନିଟ୍ ରୁ ୪ଟା ୧୦ମିନିଟ୍, ରାତ୍ର ୮ଟା ୬ମିନିଟ୍ ରୁ ରାତ୍ର ୯ଟା ୪୦ମିନିଟ୍, ରାତ୍ର ୧୨ଟା ୫ମିନିଟ୍ ରୁ ୧ଟା ୮ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଅନନ୍ତ ଚତୁର୍ଦ୍ଦଶୀ, ଖୁଦୁରୁକୁଣୀ ଓଷା ଶେଷ ପାଳି ।

ମେଷ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ପୂର୍ବରୁ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇ ଅଧୁରା କାମଟି ସମ୍ପନ୍ନ କରିପାରିବେ । କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କାର୍ଯ୍ୟକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ଅର୍ଥ କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ସିଂହ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!