ଦୈନିକ ରାଶିଫଳ: 20 ସେପ୍ଟେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୦ ତାରିଖ, ସୋମବାର, କନ୍ୟା ମାସ ୪ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଶୂଳ ଯୋଗ । ବିଷ୍ଟି କରଣ । ମିଥୁନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ପ୍ରାତଃ ୫ଟା ୨୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ସକାଳ ୮ଟା ୩୯ମିନିଟ୍ । ଦିବା ୨ଟା ୪୦ମିନିଟ୍ ରୁ ଦିବା ୪ଟା ୧୦ମିନିଟ୍ । ରାତ୍ରି ୧୦ଟା ୧୦ମିନିଟ୍ ରୁ ରାତ୍ରି ୧୧ଟା ୪୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୭ମିନିଟ୍, ସକାଳ ୮ଟା ୫୨ମିନିଟ୍ ରୁ ଦିବା ୧୧ଟା ୧୪ମିନିଟ୍, ରାତ୍ର ୮ଟା ୫ମିନିଟ୍ ରୁ ରାତ୍ର ୧୦ଟା ୯ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଇନ୍ଦ୍ର ପୂର୍ଣ୍ଣିମା, ଭାଗବତ ଜନ୍ମ ।

ମେଷ:-ସରକାରୀ କାମରେ ସଫଳତା ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ନିତ୍ୟକର୍ମ ପରିବର୍ତ୍ତନ ହେତୁ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଆର୍ଥିକ ସ୍ଥିତି ସ୍ଵଛଳତା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସେୟାର ବଜାରରେ ମୁନାଫା ମିଳିବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ନିର୍ମାଣ କ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ମିତ୍ରମାନଙ୍କଦ୍ୱାରା ଅନେକ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଦୂରଯାତ୍ରାର ସୁଯୋଗ ପାଇବେ । ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!