ଦୈନିକ ରାଶିଫଳ: 22 ସେପ୍ଟେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୨ ତାରିଖ, ବୁଧବାର, କନ୍ୟା ମାସ ୬ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ମଳ ପ୍ରତିପଦା ତିଥି ପ୍ରାତଃ ୫ଟା ୫୨ମିନିଟ୍ ଗତେ ଦ୍ଵିତୀୟା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ । କୌଳବ କରଣ ପ୍ରାତଃ ୫ଟା ୫୨ମିନିଟ୍ ଗତେ ତୈତିଳ କାରଣ । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ପ୍ରାତଃ ୫ଟା ୫୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ପ୍ରାତଃ ୫ଟା ୫୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୯ମିନିଟ୍ । ଦିବା ୧୧ଟା ୩୯ମିନିଟ୍ ରୁ ଦିବା ୧ଟା ୯ମିନିଟ୍ । ରାତ୍ରି ୨ଟା ୩୯ମିନିଟ୍ ରୁ ରାତ୍ରି ୪ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୮ଟା ୩ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧୧ଟା ୩୮ମିନିଟ୍, ଦିବା ୧ଟା ୪୦ମିନିଟ୍ ରୁ ୪ଟା ୨ମିନିଟ୍, ସନ୍ଧ୍ୟା ୬ଟା ୨୮ମିନିଟ୍ ରୁ ରାତ୍ର ୭ଟା ୧୪ମିନିଟ୍, ରାତ୍ର ୮ଟା ୫୨ମିନିଟ୍ ରୁ ରାତ୍ର ୨ଟା ୩୮ମିନିଟ୍, ରାତ୍ର ୪ଟା ୧୦ମିନିଟ୍ ରୁ ୫ଟା ୩୮ମିନିଟ୍ ।

ମେଷ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ସାମାନ୍ୟ ଲାଭ ଓ ପରିବହନରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଶତୃମାନେ ମଥାନତ କରିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ । ବିରୋଧୀମାନେ ହଇରାଣ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା କରିବାକୁ ମନ ବଲେଇ ପାରନ୍ତି । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ । ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଧନଲାଭ ହେବାରୁ ଖୁସି ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ବନ୍ଧୁ ମିତ୍ରଙ୍କଠାରୁ ସୁଖ ମିଳିବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ଆର୍ଥିକ ଚିନ୍ତା ଦୁରହେବ ଓ ବାପାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!