ଦୈନିକ ରାଶିଫଳ: 23 ସେପ୍ଟେମ୍ବର 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୩ ତାରିଖ, ଗୁରୁବାର, କନ୍ୟା ମାସ ୭ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି ପ୍ରାତଃ ୬ଟା ୫୪ମିନିଟ୍ ଗତେ ତୃତୀୟା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର ପ୍ରାତଃ ୬ଟା ୪୩ମିନିଟ୍ ଗତେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଧୃବ ଯୋଗ । ଗର କରଣ ସକାଳ ୬ଟା ୫୪ମିନିଟ୍ ଗତେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ପ୍ରାତଃ ୬ଟା ୪୩ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ସକାଳ ୬ଟା ୫୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ସକାଳ ୬ଟା ୫୪ମିନିଟ୍ ପରେ ଅଗ୍ନିକୋଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୮ମିନିଟ୍ ରୁ ଦିବା ୪ଟା ୮ମିନିଟ୍ । ଦିବା ୪ଟା ୮ମିନିଟ୍ ରୁ ସନ୍ଧ୍ୟା ୫ଟା ୩୮ମିନିଟ୍ । ରାତ୍ରି ୧୧ଟା ୩୮ମିନିଟ୍ ରୁ ରାତ୍ରି ୧ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୦ମିନିଟ୍ ରୁ ୭ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ରାତ୍ର ୯ଟା ୩୮ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୩ଟା ୧୪ମିନିଟ୍, ରାତ୍ର ୪ଟା ୪ମିନିଟ୍ ରୁ ୫ଟା ୩୮ମିନିଟ୍ ।

ମେଷ:-ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରା କରି ସଫଳତା ପାଇବେ । ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ । ଷ୍ଟେସ୍ନାରୀ, ଚଳଚିତ୍ର ଓ ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଔଷଧବିକ୍ରୟ ଓ ଔଷଧପ୍ରସ୍ତୁତ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦୂରଯାତ୍ରାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ପଦୋନ୍ନତିର ସମ୍ଭାବନା ରହିଛି । ଛାତ୍ରଛାତ୍ରୀମାନେ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ସୁଖଶାନ୍ତି ବୃଦ୍ଧି ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାଦେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହୋଇ ଉଚ୍ଚ ଆଶାରେ ଆଗେଇବେ । ରାଜନୀତିରେ ଲୋକପ୍ରିୟତା ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ଓ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟିମାନେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଟଙ୍କାପଇସା କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ଦୂରଯାତ୍ରାର ସୁଯୋଗ ପାଇ ଉତ୍ସାହିତ ହେବେ । ଆକସ୍ମିକ ଧନ ପ୍ରାପ୍ତି ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଋଣ ଭରଣାରେ ସହଜ ହେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ରାଜକୀୟ ମାମଲାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଜନସମ୍ପର୍କ ସୁଦୃଢ ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ । କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃମାନେ ଦୂର ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଆଜି ରୋଜଗାରରେ ଉନ୍ନତି ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!