ଦୈନିକ ରାଶିଫଳ: 26 ସେପ୍ଟେମ୍ବର 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୬ ତାରିଖ, ରବିବାର, କନ୍ୟା ମାସ ୧୦ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବଜ୍ର ଯୋଗ । ତୈତିଳ କରଣ ଦିବା ୧ଟା ୫ମିନିଟ୍ ଗତେ ଗର କରଣ । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ଦିବା ୧ଟା ୫ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧ଟା ୫ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୧ଟା ୩୭ମିନିଟ୍ ରୁ ଦିବା ୧ଟା ୭ମିନିଟ୍ । ଦିବା ୧୦ଟା ୮ମିନିଟ୍ ରୁ ଦିବା ୧୧ଟା ୩୭ମିନିଟ୍ । ରାତ୍ରି ୧ଟା ୮ମିନିଟ୍ ରୁ ରାତ୍ରି ୨ଟା ୩୯ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୩ଟା ୧୨ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ୪ଟା ୫ମିନିଟ୍, ରାତ୍ର ୮ଟା ୧ମିନିଟ୍ ରୁ ରାତ୍ର ୯ଟା ୩୬ମିନିଟ୍, ରାତ୍ର ୧୨ଟା ୩ମିନିଟ୍ ରୁ ୧ଟା ୭ମିନିଟ୍ ।

ମେଷ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କଥାବାର୍ତ୍ତା କରିବା ସମୟରେ ସଂଯମିତ ରହିବା ଉଚିତ୍‌ । ଘରର ଭିତର ଭାଗରେ କିଛି ପରିବର୍ତ୍ତନ କରିବେ । ଏକାଥରକେ ଅନେକ କାର୍ଯ୍ୟର ଦାୟିତ୍ୱ ନେବା ଫଳରେ ସ୍ୱାସ୍ଥ୍ୟ ସମସ୍ୟା ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସବୁ କାର୍ଯ୍ୟ ସହଜରେ ପୂରଣ ହେବ । ଘରେ କିଛି ପରିବର୍ତ୍ତନ କରିବାକୁ ଇଛା କରିବେ । ପାରିବାରିକ ଜୀବନରେ ଧନ ସମ୍ପତ୍ତି ବୃଦ୍ଧି ହେବା ସହ ଶାନ୍ତିର ବାତାବରଣ ବଜାୟ ରହିବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ଆଦର୍ଶଗତ ମତଭେଦ ସୃଷ୍ଟିହେଲେ ମଧ୍ୟ ଆଶାତୀତ ଲାଭ ହୋଇପାରେ । ନୂଆ କାମ କିଛି ଆରମ୍ଭ କରି ପାରନ୍ତି । ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କାର୍ଯ୍ୟ କ୍ଷେତ୍ରରେ ଶୁଭ ଫଳ ପାଇବେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥିମାନେ ପ୍ରୋଜେକ୍ଟ ପୂରଣ କରିବାରେ ସହଜ ସରଳବାଟ ଅନୁଶରଣ କରିବେ । ବ୍ୟବସାୟରେ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସାମାଜିକ କାର୍ଯ୍ୟକ୍ରମରେ ସମ୍ମାନ ପାଇବେ । ପୈତୃକ ସମ୍ପତ୍ତି ସମସ୍ୟା ଦୂର ହେବ । ମନରେ ଥିବା ସନ୍ଦେହ ଦୂର ହେବ । ଘରୋଇ ଚାକିରୀ କରୁଥିବା ଲୋକମାନଙ୍କର କର୍ମ କ୍ଷେତ୍ରରେ ପ୍ରଭାବ ବୃଦ୍ଧି ପାଇବ । ଟଙ୍କା ସମ୍ବନ୍ଧିତ ସମସ୍ୟା ଦୂର ହେବ । ବ୍ୟବସାୟ କାର୍ଯ୍ୟ ସହଜରେ ପୂରଣ ହୋଇଯିବ । ଛାତ୍ର ଛାତ୍ରୀମାନେ ନିଜ କ୍ୟାରିୟର ବିଷୟରେ ଧ୍ୟାନ ଦେବେ । ଜୀବନସାଥୀଙ୍କ ସହିତ ଭଲରେ ସମୟ ବିତାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ରାଜନୀତିରେ ଫାଇଦା ଉଠାଇବେ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇପାରେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପାରିବାରିକ କ୍ଷେତ୍ରରେ ସ୍ନେହ ସହାନୁଭୁତି ମିଳିବ । ପଢାପଢିରେ ମାନସିକ ଶାନ୍ତି ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି । ବିଦ୍ୟାକ୍ଷେତ୍ରରେ ଦକ୍ଷତା ଅର୍ଜନ କରିବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପରିବହନରେ ବିଶେଷ ଲାଭବାନ ହେବେ । ନୂତନ ବସ୍ତୁ କ୍ରୟ କରିପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । ଉଚ୍ଚ ଶିକ୍ଷା ହାସଲ କରି ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଶାରୀରିକ ସୁସ୍ଥତା ଅନୁଭବ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!