ଦୈନିକ ରାଶିଫଳ: 27 ସେପ୍ଟେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୨୭ ତାରିଖ, ସୋମବାର, କନ୍ୟା ମାସ ୧୧ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ । ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୩ଟା ୪୩ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୩ଟା ୪୩ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୯ମିନିଟ୍ ରୁ ୮ଟା ୩୮ମିନିଟ୍ । ଦିବା ୨ଟା ୩୬ମିନିଟ୍ ରୁ ଦିବା ୪ଟା ୫ମିନିଟ୍ । ରାତ୍ରି ୧୦ଟା ୬ମିନିଟ୍ ରୁ ରାତ୍ରି ୧୧ଟା ୩୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୭ଟା ୮ମିନିଟ୍, ସକାଳ ୮ଟା ୫୧ମିନିଟ୍ ରୁ ଦିବା ୧୧ଟା ୧୨ମିନିଟ୍, ରାତ୍ର ୮ଟା ୧ମିନିଟ୍ ରୁ ରାତ୍ର ୧୦ଟା ୫ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ ।

ମେଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପୁରାତନ ରୋଗର ଉପଶମ ମିଳିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଖୁସି ରହିପାରନ୍ତି । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସ୍ୱାସ୍ଥ୍ୟ ଠିକ୍ ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସୁଖ ସମ୍ପଦ ପ୍ରାପ୍ତି ପାଇଁ ପ୍ରୟାସରତ ରହିବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅଏସ୍ ଆରାମ ସୁଖ ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଦ୍ଵିଗୁଣା ଲାଭ ପାଇବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । ଶୁଭକାର୍ଯ୍ୟରେ ଯୋଗ ଦେଲେ ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ । ନିମ୍ନବର୍ଗଙ୍କ ସହାୟତାରେ ନାନା ପ୍ରକାର ସମସ୍ୟାର ସମାଧାନ କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସାହାଯ୍ୟ ସହଯୋଗ ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବା ସହ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମାନସିକ ସ୍ଥିରତା ଦେଖାଦେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ସହକର୍ମୀଙ୍କର ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରି ପାରନ୍ତି । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶତୃମାନେ ମଥାନତ କରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନିବେଶ ପାଇଁ ସମୟ ଉପଯୁକ୍ତ ହୋଇ ଥିବାରୁ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ସରକାରୀ ସାହାଯ୍ୟ ମିଳିପାରେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!