ଦୈନିକ ରାଶିଫଳ: 30 ସେପ୍ଟେମ୍ବର 2021, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୩୦ ତାରିଖ, ଗୁରୁବାର, କନ୍ୟା ମାସ ୧୪ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ନବମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ପରିଘ ଯୋଗ । ତୈତିଳ କରଣ ସକାଳ ୯ଟା ୨୪ମିନିଟ୍ ଗତେ ଗର କରଣ । ତୁଳା, କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୧୦ଟା ୮ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୦ଟା ୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୪ମିନିଟ୍ ରୁ ଦିବା ୪ଟା ୩ମିନିଟ୍ । ଦିବା ୪ଟା ୩ମିନିଟ୍ ରୁ ସନ୍ଧ୍ୟା ୫ଟା ୩୨ମିନିଟ୍ । ରାତ୍ରି ୧୧ଟା ୩୬ମିନିଟ୍ ରୁ ରାତ୍ରି ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୭ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ରାତ୍ର ୯ଟା ୩୪ମିନିଟ୍, ରାତ୍ର ୧ଟା ୮ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍, ରାତ୍ର ୪ଟା ୪ମିନିଟ୍ ରୁ ୫ଟା ୪୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଶାରିରୀକ ଅସୁସ୍ଥତା ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସ୍ୱାସ୍ଥ୍ୟ ଭଲ ରହିବା ଫଳରେ ମାନସିକ ଶାନ୍ତି ପାଇବେ ଓ ଋଣଭାର ଲାଘବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ନୂତନ ଯୋଜନାରେ ସଫଳତା ମିଳିବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଜନସେବାରେ ନିଜକୁ ନିୟୋଜିତ କରିବେ । ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧିହେବ କିନ୍ତୁ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ମାନସିକ ଶାନ୍ତି ମିଳିବ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଶତୃ ପରାଜିତ ହେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!