ସେପ୍ଟେମ୍ବର 26 ତାରିଖରୁ ଅକ୍ଟୋବର 02 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ । ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରିବାରରେ ସୁଖ ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବିଦ୍ୟାକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରି ପାରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଦୂର ସ୍ଥାନକୁ ଯାତ୍ରା କରିବେ । ଅଧସ୍ତନକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ । ଆର୍ଥିକ ଉନ୍ନତିରେ ସଫଳତା ମିଳିବ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇ ଗୃହସ୍ଥ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ପ୍ରତିକାର- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବାସହ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନୂତନ ବନ୍ଧୁ ଭେଟ ହେବା ଫଳରେ ମନ ସନ୍ତୁଷ୍ଟ ରହିବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସମ୍ପର୍କୀୟ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ ଓ ନୂଆ ଜ୍ଞାନର ବୃଦ୍ଧି ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ପ୍ରେମିକ ପ୍ରେମିକାଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତ୍ୟେକ କ୍ଷେତ୍ରରେ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଆମଦାନୀ ରପ୍ତାନି ବ୍ୟବସାୟରେ ବିଶେଷ ଲାଭହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପଢାପଢିରେ ମାନସିକ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇ ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାଙ୍କର ସଫଳତାରେ ଖୁସିହେବେ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତି ମାନଙ୍କପାଇଁ ଖୁସି ରହିବେ । ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇଯାଇ ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ପାରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ପାଇଁ ଚେଷ୍ଟା କରିବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । କର୍ମ କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବାସହ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ । ଆୟ ମଧ୍ୟ ଉତ୍ତମ ହେବ । ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସମୟ ଅନୁକୂଳ ଥିବାରୁ ସମସ୍ତକାର୍ଯ୍ୟ ପୁରଣରେ ସହଜ ସରଳ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳ କ୍ରମେ ସମାଧାନ କରିବେ । ଜୀବନସାଥି, ସନ୍ତାନ ଓ ପରିବାର ଜନଙ୍କସହ ସମୟ ବିତେଇବେ । କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ । ଦୂରସ୍ଥାନକୁ ଯାତ୍ରା କଲେ କଷ୍ଟ ଅନୁଭବ କରିବେ । ନିଜର ଯୋଜନା ମୁତାବକ କାମକରିବେ । କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବା ସହ ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଅଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ସଫଳତା ଅର୍ଜନ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଯୁବକ ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!