ସେପ୍ଟେମ୍ବର 19 ତାରିଖରୁ ସେପ୍ଟେମ୍ବର 25 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସହକର୍ମୀ ମାନେ କାମର ପ୍ରଶଂସା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି, ଆର୍ଥିକ ସ୍ଥିତିରେ ଅଭିବୃଦ୍ଧି, ଆକସ୍ମିକ ଲାଭ ପ୍ରାପ୍ତି ହେବାସହ ମାନସିକ ସ୍ତରରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ପ୍ରତ୍ୟେକଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସମ୍ମାନ ଅକ୍ଷୁର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରେମୀକା ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସମ୍ପତ୍ତି କ୍ରୟ କରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରିବା ପାଇଁ ଯୋଜନା କରିବେ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ ଆଦାୟ ହେବା ଫଳରେ ଆର୍ଥୀକ ଉନ୍ନତି ଘଟିବ। ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ ଓ ସାମାଜିକ ପତିଆରା ଅମଳିନ ରହିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ। ନୂତନବନ୍ଧୁଙ୍କ ଆଗମନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୀତିରେ କୃତକାର୍ଯ୍ୟ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବନ୍ଧୁ ବାନ୍ଧବ ମାନଙ୍କର ସମାଗମ ହେବ। ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସୁଖ ସମ୍ପଦ ପ୍ରାପ୍ତି, ଦାମ୍ପତ୍ୟ ସୁଖ ବୃଦ୍ଧିହେବା ସହ ଋଣ ଭାରରୁ ମୁକ୍ତି ପାଇବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବା ଫଳରେ ପରିବାରରେ ସମସ୍ତଙ୍କର ପ୍ରିୟହୋଇ ସୁଖଭୋଗ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପଡୋଶୀଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଶଂସିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇଯିବ। କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ସବୁ ସମାଧାନ ହୋଇଯିବ। ବଂଧୁଙ୍କ ସହଯୋଗରେ ଶିକ୍ଷାକ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। କଳା, ସାହିତ୍ୟ, ସମାଜସେବା ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ। ପୂର୍ବ କଳହର ସମାଧାନ ହୋଇ ଦାମ୍ପତ୍ୟସୁଖ ବୃଦ୍ଧି ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପଡୋଶୀ ମାନଙ୍କ ସାହାଯ୍ୟ ମିଳିବା ଫଳରେ ପରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବା ସହ ମନରେଥିବା କାମନା ପୂର୍ଣ୍ଣ ହେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ପ୍ରେମ ପ୍ରସଙ୍ଗରେ ଉନ୍ନତି ହୋଇପାରେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ବଢ଼ିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଶରୀର ସୁସ୍ଥ ରହିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!