ଦୈନିକ ରାଶିଫଳ: 1 ସେପ୍ଟେମ୍ବର 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୧ ତାରିଖ, ବୁଧବାର, ସିଂହ ମାସ ୧୬ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ଦଶମୀ ତିଥି, ମୃଗଶିରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବଜ୍ର ଯୋଗ ସକାଳ ୯ଟା ୩୮ମିନିଟ୍ ଗତେ ସିଦ୍ଧି ଯୋଗ । ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୩ମିନିଟ୍ । ଦିବା ୧୧ଟା ୪୬ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍ । ରାତ୍ରି ୨ଟା ୪୦ମିନିଟ୍ ରୁ ରାତ୍ରି ୪ଟା ୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୦ମିନିଟ୍, ଦିବା ୧ଟା ୫୧ମିନିଟ୍ ରୁ ୫ଟା ୭ମିନିଟ୍, ସନ୍ଧ୍ୟା ୬ଟା ୪୫ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍, ରାତ୍ର ୧ଟା ୪୧ମିନିଟ୍ ରୁ ରାତ୍ର ୨ଟା ୩୯ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୩ମିନିଟ୍ । ପର୍ବଦିନ- ବୁଦ୍ଧିବାମନ ଓଷା ଦ୍ଵିତୀୟ ପାଳି ।

ମେଷ:-ଶତୃମାନେ ପରାଜିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବୃଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ:-ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଶୁଭ ସମ୍ବାଦ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଶତୃମାନେ ଦୂରେଇ ଯିବା ଫଳରେ ମିତ୍ରଙ୍କ ଠାରୁ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ଚେଷ୍ଟା କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ପିଲାମାନଙ୍କ ସଫଳତାରେ ଖୁସିହେବେ । ନିଜର ଯୋଜନାମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ରାଜନୀତି କାର୍ଯ୍ୟରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ଅର୍ଜନ କରିବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆର୍ଥିକ ସାହାଯ୍ୟ ମିଳିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ପନିପରିବା ଚାଷୀ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!