ଦୈନିକ ରାଶିଫଳ: 3 ସେପ୍ଟେମ୍ବର 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୩ ତାରିଖ, ଶୁକ୍ରବାର, ସିଂହ ମାସ ୧୮ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି ସକାଳ ୭ଟା ୪୪ମିନିଟ୍ ଗତେ ଦ୍ଵାଦଶୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ଦିବା ୧୦ଟା ୯ମିନିଟ୍ ଗତେ ବରୀୟାନ ଯୋଗ । ବାଳବ କରଣ ସକାଳ ୭ଟା ୪୪ମିନିଟ୍ ଗତେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସକାଳ ୭ଟା ୪୪ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନୟେ ସକାଳ ୭ଟା ୪୪ମିନିଟ୍ ପରେ ନୈରୁତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୩ମିନିଟ୍ । ଦିବା ୧୦ଟା ୧୩ମିନିଟ୍ ରୁ ଦିବା ୧୧ଟା ୪୫ମିନିଟ୍ । ରାତ୍ରି ୮ଟା ୫୧ମିନିଟ୍ ରୁ ରାତ୍ରି ୧୦ଟା ୧୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୬ଟା ୨୩ମିନିଟ୍, ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୧ମିନିଟ୍ ରୁ ୨ଟା ୩୭ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ସନ୍ଧ୍ୟା ୫ଟା ୫୫ମିନିଟ୍, ରାତ୍ର ୭ଟା ୩୦ମିନିଟ୍ ରୁ ରାତ୍ର ୮ଟା ୫୦ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ରାତ୍ର ୪ଟା ୧ମିନିଟ୍ । ପର୍ବଦିନ- ସର୍ବସମ୍ମତ ଅଜା ଏକାଦଶୀ ।

ମେଷ:-ପରିବାର ସହିତ ଯାତ୍ରା କରିବାକୁ ଯୋଜନା କରିବେ । ପ୍ରୋଫେଶନାଲ ମାମଲାକୁ ନେଇ ଭାଗ୍ୟବାନ ହେବେ । ବିଦ୍ୟାର୍ଥୀ ମାନଙ୍କର ଉଚ୍ଚ ଶିକ୍ଷାରେ ବାଧା ଦୂର ହେବ । ନିଜର ନୈତିକ ମୂଲ୍ୟବୋଧ ହେତୁ ସମ୍ମାନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଆତ୍ମ ବିଶ୍ୱାସ ବୃଦ୍ଧିପାଇବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଶେୟାର ମାର୍କେଟରେ ସାବଧାନ ପୂର୍ବକ ନିବେଶ କରିବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ପ୍ରଚୁର ଲାଭ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀଙ୍କ ସହଯୋଗରେ ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ପାଇବା ସହ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଲୋଚନା କରିବେ । ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ । ଇଞ୍ଜିନିୟରିଂ କ୍ଷେତ୍ରରେ ଜଡିତ ଥିବା ଲୋକମାନେ ଚାକିରୀରେ ପଦୋନ୍ନତି ପାଇବେ । ଦାମ୍ପତ୍ୟ ଜୀବନରେ ଘନିଷ୍ଠତା ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୃହୋପକରଣ କ୍ରୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ବିବାହ ଯୋଗ୍ୟ ଯୁବକ ଯୁବତୀ ମାନଙ୍କର ବିହାହକୁ ନେଇ ଆଲୋଚନା ଆଗକୁ ବଢିବ । ପାରିବାରିକ ପରିବେଶ ଆରାମ ଦାୟକ ହେବ । ବରିଷ୍ଠ ବ୍ୟକ୍ତିଙ୍କ ମତାମତ ନେଲେ ଲାଭ ହେବ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ଅଧିକ ଶକ୍ତିଶାଳୀ ହେବ । ନିଜର କାର୍ଯ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ । ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇବେ । ବ୍ୟବସାୟୀମାନେ ଭଲ ଅର୍ଡର ପାଇବେ । ଯେ କୌଣସି ରଚନାତ୍ମକ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରିବାର ସହିତ ଭଲରେ ସମୟ ବିତାଇବେ । ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ପୁଣି ଆରମ୍ଭ କରିବାକୁ ଚେଷ୍ଟା କରିବେ । ଆର୍ଥିକ ବିଷୟରେ ଚିନ୍ତା କରିବାକୁ ପଡିପାରେ । ଅଯଥା ଖର୍ଚ୍ଚ ମଧ୍ୟ କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ି ପାରେ । କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସନ୍ତାନଙ୍କର ଶିକ୍ଷାରେ ଦେଖାଦେଉଥିବା ପ୍ରତିବନ୍ଧକ ଦୂର ହେବ । ସରକାରୀ କାର୍ଯ୍ୟ ସହଜରେ ପୂରଣ ହୋଇଯିବ । ବ୍ୟବସାୟରେ ବଡ ଧରଣର ପୁଞ୍ଜି ନିବେଶ କରିପାରିବେ । ଜୀବନ ପ୍ରତି ସକାରାତ୍ମକ ମନୋଭାବ ରହିବ । ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ଭଲ ପରିଣାମ ପାଇବେ । ବଦନାମ ହେବାର ସମ୍ଭାବନା ରହିଛି । ସେଥିପାଇଁ ଭାବିଚିନ୍ତି ବୁଝିବିଚାରୀ ସାର୍ବଜନୀକ ସ୍ଥାନରେ ପ୍ରତିକ୍ରିୟା ପ୍ରକାଶ କରିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଭଲ ଫଳ ପାଇବେ । ଚାକିରୀ ବଦଳାଇବା ପାଇଁ ସମୟ ଭଲ ରହିବ । ଯେଉଁ ବ୍ୟକ୍ତିମାନଙ୍କୁ ବିଶ୍ଵାସ କରନ୍ତି ନାହିଁ ସେହିବ୍ୟକ୍ତିମାନେ ଆପଣଙ୍କୁ ସାହାଯ୍ୟ କରିବେ । ନୂତନ ପ୍ରେମ ସମ୍ପର୍କ ଆରମ୍ଭ ହୋଇପାରେ । ପରିବାର ସହିତ ଜଡିତ କୌଣସି ସମସ୍ୟା ସମାଧାନ ହୋଇ ପାରେ । ଅଧିକ ଆତ୍ମବିଶ୍ଵାସ ହେତୁ କାମ ବିଗିଡି ଯାଇପାରେ । କଥାବାର୍ତ୍ତା କରିବା ସମୟରେ ଉଚ୍ଚିତ୍ ଶବ୍ଦ ବ୍ୟବହାର କରନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!