ଦୈନିକ ରାଶିଫଳ: 5 ସେପ୍ଟେମ୍ବର 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୫ ତାରିଖ, ରବିବାର, ସିଂହ ମାସ ୨୦ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି ସକାଳ ୮ଟା ୨୧ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ପରିଘ ଯୋଗ ସକାଳ ୮ଟା ୩୧ମିନିଟ୍ ଗତେ ଶିବା ଯୋଗ । ବାଣିଜ୍ୟ କରଣ ସକାଳ ୮ଟା ୨୧ମିନିଟ୍ ଗତେ ବିଷ୍ଟି କରଣ । ମେଷ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ, ସକାଳ ୮ଟା ୨୧ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସକାଳ ୮ଟା ୨୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ଦିବା ୧୧ଟା ୪୫ମିନିଟ୍ ରୁ ଦିବା ୧ଟା ୧୭ମିନିଟ୍ । ଦିବା ୧୦ଟା ୧୨ମିନିଟ୍ ରୁ ଦିବା ୧୧ଟା ୪୫ମିନିଟ୍ । ରାତ୍ରି ୧ଟା ୧୨ମିନିଟ୍ ରୁ ରାତ୍ରି ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୯ଟା ୪୧ମିନିଟ୍, ଦିବା ୧ଟା ୧୮ମିନିଟ୍ ରୁ ୧ଟା ୪୭ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ରାତ୍ର ୯ଟା, ରାତ୍ର ୧୨ଟା ୯ମିନିଟ୍ ରୁ ୧ଟା ୧୧ମିନିଟ୍ । ପର୍ବଦିନ- ଗୁରୁ ଦିବସ, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଖୁଦୁରୁକୁଣୀ ଓଷା ଦ୍ଵିତୀୟ ପାଳି ।

ମେଷ:-ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବେ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ଆକସ୍ମିକ ଭାବରେ ଟଙ୍କା ଖର୍ଚ୍ଚ କରିବାକୁ ପଡିପାରେ । ମଧୁମେହ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଆପଣଙ୍କର ନକରାତ୍ମକ ଚିନ୍ତାଧାରା ରହିବ । ପ୍ରତିକାର- ଗୋମତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-ଶାରୀରିକ ଅସୁସ୍ଥତା ଦୂର ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ସମସ୍ୟା ଦୂର ହୋଇ ନୂତନ କାର୍ଯ୍ୟଆରମ୍ଭ କରି ପାରନ୍ତି । ବିଦେଶ ଯାତ୍ରାରେ ଲାଭବାନ ହେବେ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପଢ଼ାପଢ଼ିରେ ମନଦେବେ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ । ମାନସିକ ଦୁଶ୍ଚିନ୍ତା ଦୂରହୋଇ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶାରୀରିକ କଷ୍ଟ ଦୂରେଇ ଯିବ । ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରା କରିଲେ ଆୟ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ବିଜୟୀ ହେବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଶାରୀରିକ କଷ୍ଟ ଦୂରେଇ ଯିବ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!