ଦୈନିକ ରାଶିଫଳ: 06 ସେପ୍ଟେମ୍ବର 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୬ ତାରିଖ, ସୋମବାର, ସିଂହ ମାସ ୨୧ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି ସକାଳ ୭ଟା ୩୮ମିନିଟ୍ ଗତେ ଅମାବାସ୍ୟା ତିଥି, ମଘାନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ଶିବା ଯୋଗ ସକାଳ ୬ଟା ୫୩ମିନିଟ୍ ଗତେ ସିଦ୍ଧ ଯୋଗ । ଶକୁନି କରଣ ସକାଳ ୭ଟା ୩୮ମିନିଟ୍ ଗତେ ଚତୁଷ୍ପଦ କରଣ । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ସକାଳ ୭ଟା ୩୮ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ସକାଳ ୭ଟା ୩୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ସକାଳ ୮ଟା ୪୦ମିନିଟ୍ । ଦିବା ୨ଟା ୪୯ମିନିଟ୍ ରୁ ଦିବା ୪ଟା ୨୧ମିନିଟ୍ । ରାତ୍ରି ୧୦ଟା ୧୭ମିନିଟ୍ ରୁ ରାତ୍ରି ୧୧ଟା ୪୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ୧୨ଟା ୫୭ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ର ୯ଟା, ରାତ୍ର ୧୧ଟା ୪୫ମିନିଟ୍ ରୁ ୨ଟା ୨୭ମିନିଟ୍ । ପର୍ବଦିନ- ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ, ଅଘୋର ଚତୁର୍ଦ୍ଦଶୀ, ସପ୍ତପୁରୀ ବା ସପ୍ତପିତୃକା ଅମାବାସ୍ୟା ।

ମେଷ:-କିଛି ଲୋକମାନେ ଆପଣଙ୍କ ନିକଟତର ହେବାକୁ ଚେଷ୍ଟା କରିବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନିଜ ମନକୁ ସଂଯମ ରଖନ୍ତୁ । ଦାମୀ ଜିନିଷ କିଣିବା ହେତୁ ଟଙ୍କାର ଅଭାବ ହୋଇପାରେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବୃଷ:-ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ନୂତନ ପ୍ରେମ ସମ୍ପର୍କ ଆରମ୍ଭ ହୋଇପାରେ । ପରିବାର ସହିତ ଜଡିତ କୌଣସି ସମସ୍ୟା ସମାଧାନ ହେବା ସହ ରୋଜଗାରରେ ପରିବର୍ତ୍ତନ କରି ଖୁସିରେ ସମୟ ବିତାଇବେ । ପରିବହନ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଭଲ ଲାଭ ପାଇବେ । କର୍ମକ୍ଷେତ୍ରରେ ମାଲିକ ଆପଣଙ୍କ ପ୍ରତି ବହୁତ ଖୁସି ହେବେ । ଯୋଜନା କରି କାର୍ଯ୍ୟ କରିଲେ ଶତୃମାନେ ଆପଣଙ୍କୁ ଭୟ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାକୁ ବିଚାର କରିବେ । ଜୀବନସାଥୀଙ୍କ ପ୍ରତି ସମ୍ମାନଭାବ ଜାଗୃତ ହେବା ଫଳରେ ପରିବାରରେ ସୁଖ ମିଳିବ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ଠାରୁ କାମ ସାରିବାକୁ ନିଜେ ପରିଶ୍ରମ କରିବାକୁ ପଡିବ । ଭବିଷ୍ୟତକୁ ନେଇ କାଳ୍ପନିକ ଚିନ୍ତା ଧାରାରେ ରହିବେ । ଯୋଜନା ଅନୁଯାଇ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ । ସନ୍ତାନଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବା ଯୋଗେ ଆପଣ ଗର୍ବ ଅନୁଭବ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଇଛାଶକ୍ତି ବଳରେ ଅନେକ ଭଲ ସୁଯୋଗର ଲାଭ ଉଠାଇ ପାରିବେ । ବିଦ୍ୟାର୍ଥୀମାନେ ଶିକ୍ଷକମାନଙ୍କ ଠାରୁ ବିଶେଷ ମାର୍ଗଦର୍ଶନ ପାଇବେ । ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଚେଷ୍ଟା କରିବେ । ପିଲାଦିନର ସାଙ୍ଗମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇପାରିବେ । ଜୀବନସାଥୀଙ୍କ ସହିତ ସମ୍ପର୍କ ମଧୁର ହେବ । ଅଧିକ ଓଭରଟାଇମ କାମ କରିବାକୁ ପଡିପାରେ । ନିଜର କାର୍ଯ୍ୟର ଗୁଣବତାକୁ ବଢାଇବାକୁ ଚେଷ୍ଟା କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସକାରାତ୍ମକ ଚିନ୍ତାଧାରା ମନରେ ଜନ୍ମ ହେବା ଫଳରେ ବିଦ୍ୟାର୍ଥୀମାନେ ଅଧ୍ୟୟନ ପ୍ରତି ଧ୍ୟାନ ଦେବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । କର୍ମକ୍ଷେତ୍ରରେ ବିରୋଧୀଙ୍କ ଉପରେ ପ୍ରଭାବ ରହିବା ଫଳରେ ଉଚ୍ଚଧିକାରୀଙ୍କ ଠାରୁ ସମ୍ମାନ ପାଇବେ । ଘରଠାରୁ ଦୂରରେ ରହି କାମ କରୁଥିବା ଲୋକମାନଙ୍କର ଆବେଦନ ଗୁଡିକ ମାଲିକ ମାନେ ସ୍ଵୀକାର କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ । ନୂତନ ବାହନଆଦି କ୍ରୟ କରି ପାରନ୍ତି । ପୁରୁଣା ରୋଗ ସମସ୍ୟାରୁ ମୁକ୍ତି ମିଳିବା ସହ ମାନସିକ ଅଶାନ୍ତି ଦୂର ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନମ ଅର୍ଜନ କରିବେ । ଅନେକ ଅସୁବିଧା ଥିଲେ ମଧ୍ୟ ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାଙ୍ଗମାନଙ୍କ ଠାରୁ ଉପହାର ପାଇବାର ସମ୍ଭାବନା ଅଛି । ଶୁଭ ସମାଚାର ଶୁଣିବାକୁ ମିଳିବ । ପରିବାର ସହିତ ଯାତ୍ରା କରିବାକୁ ଯୋଜନା କରିବେ । ବିଦ୍ୟାର୍ଥୀମାନଙ୍କର ଉଚ୍ଚ ଶିକ୍ଷାରେ ବାଧା ଦୂର ହେବ । ଆମଦାନୀ ରପ୍ତାନି ବ୍ୟବସାୟ ବିଶେଷ ଲାଭଦାୟକ ହେବ । ପୂର୍ବରୁ କରିଥିବା ପରିଶ୍ରମର ଫଳ ଅବଶ୍ୟ ମିଳିବ । ନିଜର ନୈତିକ ମୂଲ୍ୟବୋଧ ହେତୁ ସମ୍ମାନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ସକାରାତ୍ମକ ଚିନ୍ତାଧାରା ଯୋଗେ ପ୍ରଶଂସା ପାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶତୃମାନେ ପରାଜିତ ହେବେ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବା ସହ କର୍ମୋନ୍ନତି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସମାଜର ଗୁରୁତ୍ଵପୂର୍ଣ୍ଣ ଲୋକଙ୍କ ସହିତ ସମ୍ପର୍କ ମଜବୁତ ହେବା ଫଳରେ ସରକାରଙ୍କ ଠାରୁ ସମ୍ମାନ ମିଳିପାରେ । ବ୍ୟବସାୟରେ ବଡ ଧରଣର ନିବେଶ କରିବା ପାଇଁ ଚିନ୍ତା କରିବେ । ଅଳ୍ପ ଦୂରକୁ ଯାତ୍ରା କରିବାର ସମ୍ଭାବନା ଅଛି । ମାର୍କେଟିଂ ସହିତ ଜଡିତ ଲୋକମାନେ ଭଲ ଆର୍ଥିକ ଲାଭ ପାଇବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ଗୁରୁଜନଙ୍କ ବିରୁଦ୍ଧରେ ଯାଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡି ପାରେ । ଯାହା ଫଳରେ ଗୃହରେ ମତଭେଦ ସୃଷ୍ଟି ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ଯଶ-ମାନ-ପ୍ରତିଷ୍ଠା ବୃଦ୍ଧିପାଇବ । ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ । କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସମ୍ପତ୍ତି ବିବାଦକୁ ଆଇନଗତ ଭାବରେ ସମାଧାନ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ଦୁଃସାହସିକ ପଦକ୍ଷେପ ନେଇ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!