ଦୈନିକ ରାଶିଫଳ: 07 ସେପ୍ଟେମ୍ବର 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ସେପ୍ଟେମ୍ବର ମାସ ୭ ତାରିଖ, ମଙ୍ଗଳବାର, ସିଂହ ମାସ ୨୨ ଦିନ, ଭାଦ୍ରବ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ପ୍ରାତଃ ୬ଟା ୨୧ମିନିଟ୍ ଗତେ କ୍ଷୟ ପ୍ରତିପଦା ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ । ନାଗ କରଣ ସକାଳ ୬ଟା ୨୧ ମିନିଟ୍ ଗତେ କିଂସ୍ତୁଘ୍ନ କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ସକାଳ ୬ଟା ୨୧ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସକାଳ ୬ଟା ୨୧ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ-ସକାଳ ୭ଟା ୮ମିନିଟ୍ ରୁ ସକାଳ ୮ଟା ୪୦ମିନିଟ୍ । ଦିବା ୧ଟା ୧୬ମିନିଟ୍ ରୁ ଦିବା ୨ଟା ୪୮ମିନିଟ୍ । ରାତ୍ରି ୭ଟା ୨୦ମିନିଟ୍ ରୁ ରାତ୍ରି ୮ଟା ୪୮ମିନିଟ୍ । ଶୁଭସମୟ-ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୨୯ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୧ଟା ୧୫ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୫ଟା ୫୪ମିନିଟ୍ ରୁ ୬ଟା ୩୮ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୧୧ଟା ୨୦ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ ।

ମେଷ:-ସମ୍ପତ୍ତି କିଣିବା ବେଳେ ସବୁ ଡକ୍ୟୁମେଣ୍ଟକୁ ଭଲ ଭାବରେ ଯାଞ୍ଚ କରନ୍ତୁ । ଆପଣଙ୍କ ମତାମତ ଅନ୍ୟମାନଙ୍କ ପାଇଁ ବହୁତ ସହାୟକ ହେବ । କଠିନ ପରିଶ୍ରମର ଭଲ ଲାଭ ପାଇବା ସହ ମିତ୍ରମାନଙ୍କ ଦ୍ୱାରା ଆର୍ଥିକ ଲାଭ ହୋଇପାରେ । ଜୀବନସାଥୀଙ୍କ ପ୍ରତି ପ୍ରେମଭାବ ବୃଦ୍ଧି ହେବ ଓ ଅଳ୍ପ ଦୂରକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହିତ ଭଲ ସମ୍ପର୍କ ଦୃଷ୍ଟିରୁ କର୍ମକ୍ଷେତ୍ରରେ ବାତାବରଣ ବହୁତ ଭଲ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ କରିବାରେ ସକ୍ଷମ ହେବେ । ଦାମ୍ପତ୍ୟ ସୁଖରେ ସଫଳତା ପ୍ରାପ୍ତି ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ଉନ୍ନତି, ମାନସିକ ଶାନ୍ତି ଓ ସଫଳତା ମିଳିବ । ବକେୟା ଅର୍ଥ କିଛି ମିଳିବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଦେଖାଦେବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଜୀବନସାଥୀଙ୍କ ସହିତ ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଜୀବନସାଥୀଙ୍କ ଭାବନାକୁ ସମ୍ମାନ ଦେଇ ପରିବାରର ପରିବେଶକୁ ସକରାତ୍ମକ ରଖିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରେ ନିଜର କ୍ଷମତାକୁ ସମ୍ପୂର୍ଣ୍ଣ ବ୍ୟବହାର କରି ସମସ୍ୟାର ସମାଧାନ କରିଦେଇ ପାରିବେ । ବିକୃତ ଚିନ୍ତାଧାରା ମନରେ ସୃଷ୍ଟି ହୋଇ ପାରେ ତେଣୁ ବେଆଇନ କାର୍ଯ୍ୟକଳାପରୁ ଦୂରେଇ ରହିବା ଉଚିତ୍‌ । ରାସ୍ତାଘାଟରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ନୂତନକର୍ମପ୍ରାପ୍ତିର ସୂଚନା ପାଇବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପରିବାରର ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!