ଶୁକ୍ର ତୁଳା ରାଶିରୁ ବିଛା ରାଶିକୁ ସଂକ୍ରମଣ କରିବା ଫଳରେ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୨ / ୧୦ / ୨୦୨୧ ମସିହା ଶନିବାର ଦିନ ତୁଳାରାଶିରୁ ବିଛାରାଶିକୁ ଶୁକ୍ର ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ସମୟ କଣ କରିବେ ଅଶୁଭ ଶୁକ୍ରଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅକ୍ଟୋବର୨ ତାରିଖରେ ଶୁକ୍ର ତୁଳାରାଶିରୁ ବିଛାରାଶିକୁ ଚଳିବେ ବିଛାରାଶିରେ ରହିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ପେଷା, ରାଜନୀତି ଓ ବ୍ୟବସାୟରେ କଣଶୁଭାଶୁଭ ଫଳ ପାଇବେ ଆସନ୍ତୁ ଜାଣିବା । ଶୁକ୍ର ମହାଗ୍ରହ ହେଉଛନ୍ତି ଜଳକାରକ, ସ୍ତ୍ରୀ କାରକ, ଯୌନସୁଖ କାରକ, ରାଜନୀତି ବିଭାଗ, ଶିକ୍ଷା ବିଭାଗ, ଚିକିତ୍ସା ବିଭାଗ ଓ ନୃତ୍ୟ ସଙ୍ଗୀତ ବିଭାଗର ଅଧିପତି ଗ୍ରହ ବା ଏହିସବୁ ବିଭାଗ ଉପରେ ଶୁକ୍ରଙ୍କର ଅଧିକାର ।

ମେଷ:- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର-ଇଷ୍ଟଦେବୀଙ୍କ ନିକଟରେ ଶୁକ୍ରବାର ଦିନ କିଛି ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିଦେବେ ।

ମିଥୁନ:-ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:- ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରତିକାର:-ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ ।

ସିଂହ:- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ । ବିଭାଗୀୟପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:- ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:- ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ରଛାତ୍ରୀ ମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସୁସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ଆସିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:-ମୟୁର ଚନ୍ଦ୍ରିକାଟିଏ ସର୍ବଦା ପାଖରେ ରଖନ୍ତୁ ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । କାଚ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ । ପ୍ରତିକାର- ଗୋମାତାକୁ ସବୁଜ ଘାସ ଖାଇବାକୁ ଦିଅନ୍ତୁ ।

ମୀନ:- ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!