ଶୁକ୍ର ଚଳିଲେ କନ୍ୟା ରାଶିକୁ, କଣ ପଡିବ ୧୨ଟି ରାଶି ଉପରେ ଏହାର ପ୍ରଭାବ?

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଅକ୍ଟୋବର ୨୩ ତାରିଖ ଶୁକ୍ରବାରରେ ଶୁକ୍ର ଉତ୍ତରାଫଲ୍ଗୁନୀ ନକ୍ଷତ୍ର କନ୍ୟାରାଶିକୁ ଚଳିବେ ଓ ନଭେମ୍ବର ୧୭ତାରିଖଯାଏ କନ୍ୟା ରାଶିରେ ରହିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ପେଷା, ରାଜନୀତି ଓ ବ୍ୟବସାୟରେ ଶୁଭାଶୁଭ ଫଳ ଜାଣନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁକ୍ର ମହାଗ୍ରହ ହେଉଛନ୍ତି ଜଳକାରକ, ସ୍ତ୍ରୀ କାରକ, ଯୌନସୁଖ କାରକ, ରାଜନୀତି ବିଭାଗ, ଶିକ୍ଷା ବିଭାଗ, ଚିକିତ୍ସା ବିଭାଗ ଓ ନୃତ୍ୟ ସଙ୍ଗୀତ ବିଭାଗର ଅଧିପତି ଗ୍ରହ ବା ଏହିସବୁ ବିଭାଗ ଉପରେ ଶୁକ୍ରଙ୍କର ଅଧିକାର । ଅକ୍ଟୋବର ୨୩ ତାରିଖ ଶୁକ୍ରବାରରେ ଶୁକ୍ର ଉତ୍ତରାଫଲ୍ଗୁନୀ ନକ୍ଷତ୍ର କନ୍ୟାରାଶିକୁ ଚଳିବା ଫଳରେ ଏହି ତିନୋଟି ରାଶି ପ୍ରତିକାର କରିବାଦ୍ବାରା ବିଶେଷ ଉପକୃତ ହେବେ ।

Image Courtesy: Google

ମେଷ:-

କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ । ବନ୍ଧୁଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ । ପ୍ରେମୀକପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ । ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ । ବ୍ୟବସାୟ ପାଇଁ ନୂଆ ଅର୍ଡର ପାଇବେ ଓ ନୂତନ ଏଗ୍ରୀମେଣ୍ଟ କରି ପାରିବେ । କୃଷିଜୀବିମାନେ ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ଗୁରୁଜନଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ସୁଯୋଗ ହାତ ପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ ।

ବୃଷ:-

ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ଅଳ୍ପରେ ସନ୍ତୁଷ୍ଟ ହେବେ । କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ ।

ମିଥୁନ:-

ଶତ୍ରୁମାନେ ମଥାନତ କରିବେ । ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ, ବନ୍ଧୁବାନ୍ଧବ ପ୍ରିୟ, ଗୁରୁଦେବତାରେ ଭକ୍ତି ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବ । ବନ୍ଧୁ ସମାଗମ ହେବେ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ ।

Image Courtesy: Google

କର୍କଟ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

ସିଂହ:-

ଶତୃମାନେ ଦୂର ହେବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ପଦୋନ୍ନତିର ସୂଚନା ପାଇବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ନୂତନ ବ୍ୟବସାୟ ଆରମ୍ଭ, ସୁଖ ସମୃଦ୍ଧି ବୃଦ୍ଧି ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଦୂରଯାତ୍ରାରେ ସଫଳ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ପାଇ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କନ୍ୟା:-

ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଉଚ୍ଚପଦବୀରେ ଅଧିଷ୍ଠିତହେବା ଫଳରେ ଦୀର୍ଘଦିନର ଆଶା ପୂରଣ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବା ସହ ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । କୃଷିଜୀବିମାନେ ପରିଶ୍ରମର ସୁଫଳ ଭୋଗ କରିବା ସହ ଧନ ସମ୍ପତିରେ ଘର ହସି ଉଠିବ ।

Image Courtesy: Google

ତୁଳା:-

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । କୃଷିଜୀବିମାନଙ୍କର ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ଚାକିରୀରେ ପଦୋନ୍ନତି ମିଳିବା ସହ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ ।

ବିଚ୍ଛା:-

ନୂତନ ବ୍ୟବସାୟ ଆରମ୍ଭ କଲେ ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ।

ଧନୁ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପରିବହନରେ ବିଶେଷ ଲାଭବାନ ହେବେ ଓ ଆୟରପନ୍ଥା ସହଜ ହେବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପରିବହନରେ ବିଶେଷ ଲାଭବାନ ହେବେ ଓ ଆୟରପନ୍ଥା ସହଜ ହେବ । ରାଜନୈତିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ । ବରିଷ୍ଠ ବ୍ୟକ୍ତିଙ୍କ ଅନୁପ୍ରାଣିତ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ ।

Image Courtesy: Google

ମକର:-

ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ରୋଜଗାର ମିଳିବାର ଉପଯୁକ୍ତ ସୁଯୋଗ ପାଇବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଶତୃ ଓ ବିରୋଧୀମାନେ ଦୂରେଇଯିବେ । ମାନସିକ ଅଶାନ୍ତି ଦୂର ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କୃଷିଜୀବିମାନେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ ।   କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।   ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । କୃଷିଜୀବିମାନେ କୃଷିକାର୍ଯ୍ୟରେ ଉନ୍ନତି କରିବେ ।

ମୀନ:-

କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । କୃଷିଜୀବିମାନେ ସଂଘର୍ଷରତ ହେଲେ ମଧ୍ୟ ଉଚ୍ଚ ପ୍ରଶଂସିତ ହେବେ । ଶାରିରୀକ ଅସୁସ୍ଥତା ଅନୁଭବ କରି ପାରନ୍ତି ।

Image Courtesy: Google

ଶୁକ୍ରଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରତିକାର ସ୍ୱରୂପ-୧. ଇଷ୍ଟଦେବୀଙ୍କ ନିକଟରେ ଶୁକ୍ରବାର ଦିନ କିଛି ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିଦେବେ । ୨. ଶୁକ୍ରବାର ଦିନ ଆମିଷ ଖାଇବେ ନାହିଁ । ୩. ଅଶୋକ ଗଛର ଚେର ଶୁକ୍ରବାର ଦିନ ସଂଗ୍ରହ କରି ଧଳା ସୂତାରେ ଗୁଡେଇ ପୁରୁଷମାନେ ଦକ୍ଷିଣବାହୁରେ ଓ ମହିଳାମାନେ ବାମବାହୁରେ ବାନ୍ଧନ୍ତୁ । ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!