ଶୁକ୍ର ଚଳିଲେ ସିଂହ ରାଶିକୁ, କଣ ରହିବ ୧୨ଟି ରାଶି ଉପରେ ଏହାର ପ୍ରାଭବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସେପ୍ଟେମ୍ବର ୨୭ ତାରିଖରେ ଶୁକ୍ର ମଘାନକ୍ଷତ୍ର ସିଂହରାଶିକୁ ଚଳିବେ ଓ ଅକ୍ଟୋବର୨୩ ତାରିଖଯାଏ ସିଂହ ରାଶିରେ ରହିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ପେଷା, ରାଜନୀତି ଓ ବ୍ୟବସାୟରେ ଶୁଭାଶୁଭ ଫଳ ଜାଣନ୍ତୁ। ଶୁକ୍ର ମହାଗ୍ରହ ହେଉଛନ୍ତି ଜଳକାରକ, ସ୍ତ୍ରୀ କାରକ, ଯୌନସୁଖ କାରକ, ରାଜନୀତି ବିଭାଗ, ଶିକ୍ଷା ବିଭାଗ, ଚିକିତ୍ସା ବିଭାଗ ଓ ନୃତ୍ୟ ସଙ୍ଗୀତ ବିଭାଗର ଅଧିପତି ଗ୍ରହ ବା ଏହିସବୁ ବିଭାଗ ଉପରେ ଶୁକ୍ରଙ୍କର ଅଧିକାର।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସେପ୍ଟେମ୍ବର ୨୭ ତାରିଖରେ ଶୁକ୍ର ମଘାନକ୍ଷତ୍ର ସିଂହରାଶିକୁ ଚଳିବା ଫଳରେ ଏହି ନଅଟି ରାଶିର ମନବାଞ୍ଛା ପୂର୍ଣ୍ଣ ହେବ। ଅନ୍ୟ ତିନୋଟି ରାଶି ପ୍ରତିକାର କରିବାଦ୍ବାରା ବିଶେଷ ଉପକୃତ ହେବେ।

ମେଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ।

Image Courtesy: Google

ବୃଷ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।

Image Courtesy: Google

ମିଥୁନ:-

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ।

କର୍କଟ:-

ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ମହିଳାମାନେ ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତା ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ।

ସିଂହ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ।

Image Courtesy: Google

କନ୍ୟା:-

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଚିକିତ୍ସକ, ରସାୟନଜ୍ଞ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ କଳାକାରମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ।

ତୁଳା:-

ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।

ବିଚ୍ଛା:-

ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ। ସାଧାରଣ ଲୋକଙ୍କ ସହ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ।

Image Courtesy: Google

ଧନୁ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ।

ମକର:-

ଆକସ୍ମିକ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ।

କୁମ୍ଭ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ  ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। କୌଣସି ପ୍ରିୟ ଜିନିଷକୁ ହରେଇ ବସିବେ।

Image Courtesy: Google

ମୀନ:-

ଶତୃମାନେ ତଳମୁହାଁ ହେବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ।

ଶୁକ୍ରଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରତିକାର ସ୍ୱରୂପ-୧. ଇଷ୍ଟଦେବୀଙ୍କ ନିକଟରେ ଶୁକ୍ରବାର ଦିନ କିଛି ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିଦେବେ । ୨. ଶୁକ୍ରବାର ଦିନ ଆମିଷ ଖାଇବେ ନାହିଁ । ୩. ଅଶୋକ ଗଛର ଚେର ଶୁକ୍ରବାର ଦିନ ସଂଗ୍ରହ କରି ଧଳା ସୂତାରେ ଗୁଡେଇ ପୁରୁଷମାନେ ଦକ୍ଷିଣବାହୁରେ ଓ ସ୍ତ୍ରୀମାନେ ବାମବାହୁରେ ବାନ୍ଧନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!