ମାର୍ଚ୍ଚ 28 ତାରିଖ ରୁ ଅପ୍ରିଲ 03 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇ ଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବା ସହ ନିଜଲୋକମାନେ ସାହାଯ୍ୟ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଋଣ ଭାରରୁ ମୁକ୍ତି ପାଇବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବା ଫଳରେ ଶତୃ ମାନଙ୍କ ଷଡ଼ଯନ୍ତ୍ର ଧରା ପଡିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମାନସିକ ସୁସ୍ଥତା ଅନୁଭବ କରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ ରୋଜଗାର ସମସ୍ୟା ସୁଧୁରି ଯିବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର-ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ପାଇ ଖୁସିହେବେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କଲେ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳି ଯାଇ ପରିବାରରେ ଆଦରପାଇ ସୁଖଭୋଗ କରିବେ । ନୂତନବନ୍ଧୁଙ୍କ ଆଗମନ ହେବ । ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି । ଲାଭକୁ ଦ୍ଵିଗୁଣା ବଢେଇ ପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ପରିଶ୍ରମର ପୁରା ଲାଭ ମିଳିବ । ଚାକିରିରେ ସ୍ଥାନାନ୍ତର ଭୟ ରହିବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତା ପାଇ ପାରିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ । ବନ୍ଧୁବାନ୍ଧବଙ୍କ ସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ବନ୍ଧୁଙ୍କ ଆଗମନ ହେବ । ସ୍ଵାସ୍ଥ୍ୟରେ ସୁଧାର ହେବ । କାମରେ ମନ ଲାଗିବ । ଆଇନ-କାନୁନ୍ ମାମଲାରେ କାହାର ନିର୍ଦ୍ଦେଶ ନେବେ, ଯାହାଫଳରେ କାମରେ ବିକାସ ହେବ । ବହୁତ ଦିନର ଚିନ୍ତା ଦୂର ହେବ । ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ମିତ୍ର-ସହଯୋଗୀଙ୍କ ସାହାଯ୍ୟରେ କେତେକ କଷ୍ଟ ସମସ୍ୟାରୁ ମୁକୁଳିବେ । ପରିବାର କୁଟୁମ୍ବରେ ସମୟ ଦେବେ । କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ । କୌଣସି ଅତି ପ୍ରିୟ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ ଓ ବ୍ୟବସାୟରେ ଉତ୍ତମ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । କାମ-କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେବେ । ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦିଗରୁ ଉନ୍ନତି ହେବା ସହ ସ୍ୱାସ୍ଥ୍ୟ ଠିକ୍ ରହିବ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବକେୟା ଅର୍ଥ କିଛି ମିଳିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଶତୃମାନେ ମଥାନତ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ସ୍ଥାନ ପରିବର୍ତ୍ତନ ହୋଇପାରେ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଶତୃମାନେ ଦୂରେଇ ଯିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ବାକିଥିବା ଅର୍ଥପ୍ରାପ୍ତି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ଅଧସ୍ତନ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଧର୍ମକାର୍ଯ୍ୟରେ ନିୟୋଜିତ ହେବେ ଓ ଆଧ୍ୟାତ୍ମିକ ଊର୍ଜାରେ ମନ ଓତ-ପ୍ରୋତ ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସରକାରୀ କାମରେ ସଫଳତା ପାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କାମକାର୍ଯ୍ୟ ବିଷୟକୁ ନେଇ ସକ୍ରିୟ ହୋଇ ବହୁତ ଯାତ୍ରା କରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କୋର୍ଟ-କଚେରୀ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ଗୁରୁ-ଗୁରୁଜନ ଓ ମାଆ ବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!