ଶୁକ୍ର ନିଜ ରାଶି ତୁଳାକୁ ଚଳିବେ! ଏହି ୫ଟି ରାଶିର ବଦଳିପାରେ ଭାଗ୍ୟ। ଏଥିରେ ଆପଣଙ୍କ ରାଶି ମଧ୍ୟ ଥାଇପାରେ, ନିଶ୍ଚୟ ପଢନ୍ତୁ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଶୁକ୍ର ନିଜ ରାଶି ତୁଳାକୁ ଚଳିବେ! ଏହି ୫ଟି ରାଶିର ବଦଳିଯିବ ଭାଗ୍ୟ।

୧ ସେପ୍ଟେମ୍ବର ୨୦୧୮ ଶନିବାର ରାତ୍ରି ୧୧:୨୯ ମିନିଟ୍ ରେ ଶୁକ୍ର ନିଚ୍ଚ ରାଶି କନ୍ୟାକୁ ତ୍ୟାଗ କରି ଚିତ୍ରା ନକ୍ଷତ୍ର ତୃତୀୟ ଚରଣ ନିଜ ରାଶି ତୁଳାକୁ ଚଳିବେ। ବର୍ଷ ଶେଷ ପର୍ଯ୍ୟନ୍ତ ଶୁକ୍ର ସ୍ଵରାଶିରେ ରହୁଥିବାରୁ ଏହି ୫ଟି ରାଶି ଅତ୍ୟନ୍ତ ଶୁଭ ଫଳ ପାଇବେ। ଶିକ୍ଷା କ୍ଷେତ୍ରର, ରାଜନୀତିର, ଦାମ୍ପତ୍ୟ ସୁଖର ଓ ଚିକିତ୍ସା ବିଭାଗର ଗ୍ରହ ହୋଇଥିବାରୁ ଏହି ୫ଟି ରାଶି ଏହି ସମ୍ବନ୍ଧୀୟ କାର୍ଯ୍ୟରେ ବିଶେଷ ଉପକୃତ ହେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଏହା ଦ୍ଵାରା ଏହି ୫ଟି ରାଶିର କଣ ହେବ ଲାଭ ଆସନ୍ତୁ ଜାଣିବା-

ମିଥୁନ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଜ ପରିଶ୍ରମରେ ସଫଳତା ପାଇବେ ଓ ଯଶ ଓ ସମ୍ମାନ ବଢିବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ।

କର୍କଟ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ଓ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ଆପଣଙ୍କୁ ପ୍ରାଥମିକତା ଦେବେ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ଋଣ ଭରଣାରେ ସହଜ ହେବ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ।

ବିଛା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ କ୍ଷୀର, ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସମାଜ ସେବା କରି ଚିକିତ୍ସା ବିଭାଗରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରର ସୁଖ-ସୌଭାଗ୍ୟବୃଦ୍ଧି, ଯଶ-କୀର୍ତ୍ତି, ପ୍ରତିଷ୍ଠା ପ୍ରତ୍ତିପତି ଆଶା କରି ଲକ୍ଷ୍ୟ ସିଦ୍ଧିହେବ।

ଧନୁ:-

ପ୍ରେରଣା ଓ ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ- ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ଧାର୍ମୀକ କାର୍ଯ୍ୟରେ ଅର୍ଥ ଖର୍ଚ କରିବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ।

କୁମ୍ଭ:-

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବ ଓ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନ କଟାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!