ଶୁକ୍ର ମୂଳାନକ୍ଷତ୍ର ଧନୁ ରାଶିକୁ ଚଳିବା ଫଳରେ ଏହି ପାଞ୍ଚୋଟି ରାଶିର ସମସ୍ତ ମନବାଞ୍ଛା ପୂର୍ଣ୍ଣ ହେବ। ଏହି ତିନୋଟି ରାଶି ପ୍ରତିକାର କରିଲେ ଶୁଭଫଳ ପାଇପାରିବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଜାନୁୟାରୀ ୨୯ ତାରିଖରେ ଶୁକ୍ର ମୂଳାନକ୍ଷତ୍ର ଧନୁ ରାଶିକୁ ଚଳି, ଫେବୃୟାରୀ ୨୪ ତାରିଖ ଯାଏ ଧନୁ ରାଶିରେ ରହିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ପେଷା, ରାଜନୀତି ଓ ବ୍ୟବସାୟରେ ଶୁଭାଶୁଭ ଫଳ ଜାଣନ୍ତୁ। ଶୁକ୍ର ମହାଗ୍ରହ ହେଉଛନ୍ତି ଜଳକାରକ, ସ୍ତ୍ରୀ କାରକ, ଯୌନସୁଖ କାରକ, ରାଜନୀତି ବିଭାଗ, ଶିକ୍ଷା ବିଭାଗ, ଚିକିତ୍ସା ବିଭାଗ ଓ ନୃତ୍ୟ ସଙ୍ଗୀତ ବିଭାଗର ଅଧିପତି ଗ୍ରହ ବା ଏହିସବୁ ବିଭାଗ ଉପରେ ଶୁକ୍ରଙ୍କର ଅଧିକାର।        

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସ୍ଵାସ୍ଥ୍ୟରେ ଆବନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ। ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ, ରସାୟନଜ୍ଞ ଓ ଡାକ୍ତର ମାନେ ସାମାନ୍ୟ ଲାଭବାନ୍ ହେବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଉପରିସ୍ଥ କର୍ମୀଙ୍କଠାରୁ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ମହିଳାମାନେ ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତା ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ନର୍ସ ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଚିକିତ୍ସକ, ରସାୟନଜ୍ଞ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ କଳାକାରମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!