Bichha Saptahika Rasifala: Weekly Scorpio Horoscope (28 Sep – 4 Oct 2026) ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Scorpio Weekly Success & Predictions: 28 Sep – 4 Oct 2026☀️ ବିଛା ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖôପାରିବେ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ପ୍ରିୟଜନ ମାନଙ୍କୁ ଆର୍ଥôକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧôକ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।