ନଭେମ୍ବର 01 ରୁ ନଭେମ୍ବର 07 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ମହା ସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଆୟରସ୍ରୋତ ବୃଦ୍ଧିହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ଶତୃ ପରାଜିତ ହେବା ଫଳରେ ଉତ୍ତମ ରୋଜଗାର ମିଳିବ ଓ ନୂତନ ଯୋଜନାରେ ସଫଳତା ମିଳିବ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ କର୍ମ ନିଯୁକ୍ତି ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ପ୍ରତିକାର:- କିଛିମିଠା ପିଲାମାନଙ୍କୁ ବାଣ୍ଟନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆୟରସ୍ରୋତ ବୃଦ୍ଧିହେବ କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ମାନସିକ ଆସନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆୟରସ୍ରୋତ ଖୋଲିଯାଇ ଆୟବୃଦ୍ଧି ପାଇବ । ପୁରାତନ ରୋଗର ଉପଶମ ହୋଇଯିବ । ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ପରିବାରର ସମସ୍ୟା ସମାଧାନ ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦୂରଯାତ୍ରା କରି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । କର୍ମକ୍ଷେତ୍ରରେ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ନାନା ବାଟରେ ଧନାଗମ ଘଟିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ । ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ । ଲାଭର ମାର୍ଗ ପ୍ରଶସ୍ଥ ହେବ । କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ । ଦୂରଯାତ୍ରା କରିବେ । ଋଣରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । ଦୂରଯାତ୍ରାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!