ଅକ୍ଟୋବର 04 ତାରିଖ ରୁ ଅକ୍ଟୋବର 10 ତାରିଖ ସାପ୍ତାହିକ ରାଶିଫଳ, ଏହି 5 ରାଶି ଏ ସପ୍ତାହରେ ପାଇବେ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ସବୁଥିରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯୁବକ ଯୁବତୀ ମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ । ଯୁବକ ଯୁବତୀମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ କରି ପାରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରୀର ସୁସ୍ଥ ରହିବ । ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀମାନଙ୍କର ଉନ୍ନତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । କର୍ମଜୀବିମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ପାଇ ଖୁସି ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସନ୍ତାନ ସୁଖରେ ସୁଖୀ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପରହାତରେ ଅଟକିଥିବା ଧନପ୍ରାପ୍ତ ହେବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ଆର୍ଥିକ ସଙ୍କଟ ଦୂର ହେବ । କିନ୍ତୁ ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!