ସେପ୍ଟେମ୍ବର 06 ତାରିଖ ରୁ ସେପ୍ଟେମ୍ବର 12 ତାରିଖ ସାପ୍ତାହିକ ରାଶିଫଳ, ଏହି 3 ରାଶି ଏ ସପ୍ତାହରେ ପାଇବେ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟକରି ପଦୋନ୍ନତିର ସୁଯୋଗ ପାଇବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗା ଯୋଗ କରି ପାରନ୍ତି । ମିତ୍ରଙ୍କ ସାହାଯ୍ୟରେ ବିଗିଡି ଥିବା କାର୍ଯ୍ୟଟି ସଜାଡି ଦେଇ ପାରିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆନନ୍ଦିତ ହେବେ । କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ପାଇବେ । ସାମାଜିକ ପତିଆରା ଅମଳିନ ରହିବା ସହ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଅନେକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ମେହନତର ପରିଣାମ ମିଳିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ବୃଦ୍ଧି ହେବ ଓ ବ୍ୟବସାୟ ବାଣିଜ୍ୟ କାରବାର ବଢିବା ଯୋଗେ ବହୁତ ଖୁସି ରହିପାରନ୍ତି । ନିମ୍ନବର୍ଗଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ସବୁବେଳେ ନିଜର ଚିନ୍ତାଧାରାକୁ ପ୍ରଥମ ପ୍ରାଥମିକତାରେ ରଖନ୍ତୁ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । ଦୂର ସମ୍ପର୍କ ଲୋକମାନେ ସାହାଯ୍ୟ କରିବାକୁ ଚେଷ୍ଟା କରିବେ । ବିଳାସପୂର୍ଣ୍ଣ ଜୀବନଯାପନ ପାଇଁ ବହୁତ ଟଙ୍କା ମଧ୍ୟ ଖର୍ଚ୍ଚ କରିବେ । ସନ୍ତାନଙ୍କର ପ୍ରତିପୋଷଣ ଓ କାର୍ଯ୍ୟକଳାପ ଉପରେ ଧ୍ୟାନ ରଖନ୍ତୁ । ନିଜର ସ୍ଵାର୍ଥ ମନଭାବ ହେତୁ ପ୍ରେମ ସମ୍ପର୍କରେ ପ୍ରେମୀମାନେ କ୍ରୋଧିତ ହୋଇ ପାରନ୍ତି । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ପାଇ ଖୁସି ହେବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ ଓ ପରିବହନ ବ୍ୟବସାୟରେ ଆଶାତୀତ ସୁଫଳ ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ସାମାଜିକ ପତିଆରା ଅମଳିନ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃମାନେ ଦୂରେଇ ଯିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜୀବନସାଥୀ ଓ ପ୍ରେମିଙ୍କ ସହିତ ସମ୍ପର୍କ ଭଲ ରହିବ । ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ । ସ୍ୱାସ୍ଥ୍ୟ ସମସ୍ୟା ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ । ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ । ଟ୍ରାଫିକ ନିୟମକୁ ଉଲ୍ଲଂଘନ କରନ୍ତୁ ନାହିଁ । ଆଇନ୍ କାନୁନ୍ ସମସ୍ୟାକୁ ଅବହେଳା କରନ୍ତୁ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବା ସହ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ କରି ବିଜୟୀ ହେବେ । ଛାତ୍ରଛାତ୍ରୀ ମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଶତୃମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ପ୍ରସାର ପ୍ରଚାର କରି ବ୍ୟବସାୟ ବଢ଼ାଇବାକୁ ମନ ବଳାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବା ସହ ଉତ୍ସାହିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବା ସହ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ସରକାରୀ କାମରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବା ସହ ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସ୍ୱାସ୍ଥ୍ୟ ଠିକ୍ ରହିବ, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାଜନକ ଲାଭ ପାଇବେ । ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପାରିବାରିକ କ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସାଧାରଣ ଚଳଣି ଅତୁଟ ରହିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ସୁଖ ସମ୍ପତ୍ତି ଲାଭ ହେବା ସହ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବା ସହ ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ମୌସୁମୀ ପରିବର୍ତ୍ତନ ହେତୁ ସାମାନ୍ୟ ରୋଗରେ ପୀଡିତ ହୋଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ସୁଯୋଗ ହାତଛଡା ହେବାର ନାହିଁ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କାର୍ଯ୍ୟ କ୍ଷେତ୍ରରେ ଶୁଭ ଫଳ ପାଇବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମକ୍ଷେତ୍ରରେ ସହକର୍ମୀ ବନ୍ଧୁମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରେମ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ କାମ କିଛି ଆରମ୍ଭ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇ ପାରନ୍ତି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବା ସହ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । ଆଇନ ଅଦାଲତ ଓ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ । ଆୟରସ୍ରୋତ ଖୋଲିଯିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁଙ୍କ ସାହାଯ୍ୟରେ ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ ଓ ମାନସମ୍ମାନ, ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!